Posted inଜାତୀୟ

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧: ସୁପ୍ରିମକୋର୍ଟର ୫୧ତମ ମୁଖ୍ୟ ବିଚାରପତି ଭାବେ ସୋମବାର ଶପଥ ନେଇଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି।

ବିଦାୟୀ ସିଜେଆଇ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରବିବାର ଅବସର ଗ୍ରହଣ କରିଥିବାବେଳେ ଜଷ୍ଟିସ୍‌ ଖାନ୍ନା ତାଙ୍କ ସ୍ଥାନ ନେଇଛନ୍ତି। ସେ ଏହି ପଦବୀରେ ୨୦୨୫ ମେ’ ୧୩ ପର୍ଯ୍ୟନ୍ତ ରହିବେ। ଅକ୍ଟୋବର ୧୬ରେ ସିଜେଆଇ ଚନ୍ଦ୍ରଚୂଡ଼ ପରବର୍ତ୍ତୀ ସିଜେଆଇ ଭାବେ ଜଷ୍ଟିସ୍‌ ଖାନ୍‌ଙ୍କ ନାମ ସୁପାରିସ କରିବା ପରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାର ୨୪ରେ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଗତ ଶୁକ୍ରବାର ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କର ସର୍ବୋଚ୍ଚ ଅଦାଲତରେ ଶେଷଦିନ ଥିଲା। ତାଙ୍କୁ ଅନ୍ୟ ବିଚାରପତି, ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ତଥା ହାଇକୋର୍ଟର କର୍ମଚାରୀମାନେ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ୨୦୧୯ ଜାନୁଆରୀରୁ ଜଷ୍ଟିସ୍‌ ଖାନ୍ନା ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଥିବାବେଳେ ଇଭିଏମ୍‌ଗୁଡ଼ିକର ପବିତ୍ରତାକୁ କାଏମ ରଖିବା ସହ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ ରଦ୍ଦ କରିବା, ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କାଏମ ରଖିବା ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?