Posted inଜାତୀୟ

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା: ଏହି ଦିନ ସମ୍ଭାଳିବେ ପଦ

ନୂଆଦିଲ୍ଲୀ, ୨୪।୧୦: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ତାଙ୍କ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ ନଭେମ୍ବର ୧୦ରେ ଅବସର ନେଉଛନ୍ତି। ନଭେମ୍ବର ୧୧ରୁ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ହେବେ। ସେ ଦେଶର ୫୧ତମ ପ୍ରଧାନ ବିଚାରପତି ହେବେ। ସେ ମେ ୧୩ ୨୦୨୫ରେ ଅବସର ନେବାକୁ ଯାଉଛନ୍ତି। ଏହିପରି ତାଙ୍କର କାର୍ଯ୍ୟକାଳ ପ୍ରାୟ ୬ ମାସ ହେବ। ସେ ୨୦୨୫ ମେ’ ୧୩ରେ ଅବସର ନେବେ।

ସୂଚନାଯୋଗ୍ୟ, ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ତାଙ୍କର ଉତ୍ତରାଧିକାରୀ ଭାବେ ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନାଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ।

୧୯୬୦ ମେ’ ୧୪ରେ ଜନ୍ମିତ ଜଷ୍ଟିସ୍‌ ଖାନ୍ନା ଦିଲ୍ଲୀ ୟୁନିଭର୍ସିଟିର କ୍ୟାମ୍ପସ୍‌ ଲ’ ସେଣ୍ଟରରେ ଆଇନ ଶିକ୍ଷା ଲାଭ କରିଥିଲେ। ସେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏଚ୍‌.ଆର୍‌. ଖାନ୍ନାଙ୍କ ପୁତୁରା। ଜଷ୍ଟିସ୍‌ ଖାନ୍ନା ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ପଦୋନ୍ନତି ପାଇ ୨୦୦୬ରେ ଏହାର ସ୍ଥାୟୀ ବିଚାରପତି ହୋଇଥିଲେ। ୨୦୧୯ ଜାନୁଆରୀ ୧୮ରେ ତାଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ମିଳିଥିଲା। ଜଷ୍ଟିସ୍‌ ଖାନ୍ନାଙ୍କ ଉଲ୍ଲେଖନୀୟ ରାୟ ମଧ୍ୟରେ ରହିଛି ନିର୍ବାଚନରେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌) ବ୍ୟବହାରକୁ କାଏମ ରଖିବା। ରାଜନୈତିକ ଦଳ ପାଇଁ ପାଣ୍ଠି ସଂଗ୍ରହ ନିମନ୍ତେ ଉଦ୍ଦିଷ୍ଟ ଇଲେକ୍ଟୋରାଲ ବଣ୍ଡ୍‌କୁ ଅସାମ୍ବିଧାନିକ ଘୋଷଣା କରିଥିବା ୫ ଜଣିଆ ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ଖାନ୍ନା ରହିଥିଲେ। ସେହିପରି ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ କେନ୍ଦ୍ରର ନିଷ୍ପତ୍ତିକୁ କାଏମ ରଖିଥିବା ୫ ଜଣିଆ ପୀଠରେ ଜଷ୍ଟିସ୍‌ ଖାନ୍ନା ଅନ୍ୟତମ ବିଚାରପତି ଥିଲେ। ବିଦାୟୀ ସିଜେଆଇ ଚନ୍ଦ୍ରଚୂଡ଼ଙ୍କ ପରେ ଜଷ୍ଟିସ୍‌ ଖାନ୍ନା ସର୍ବବରିଷ୍ଠ ବିଚାରପତି ଏବଂ ନ୍ୟାଶନାଲ ଲିଗାଲ ସର୍ଭିସ୍‌ ଅଥରିଟି (ଏନ୍‌ଏଏଲ୍‌ଏସ୍‌ଏ)ର ଅଧ୍ୟକ୍ଷ ରହିଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅଭିଯୁକ୍ତ ଦିଲ୍ଲୀର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରଚାର ପାଇଁ ଜଷ୍ଟିସ୍‌ ଖାନ୍ନା ଜାମିନ ମଞ୍ଜୁର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri