ଟିଉସନ୍‌ରୁ ଘରକୁ ଫେରୁଥିବା ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ, ୫ ଲକ୍ଷ ସହାୟତା…

ବ୍ରହ୍ମପୁର,୧୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକସୋ କୋର୍ଟର ଜଜ୍ ରୋହିତ ଲାଲ ପଣ୍ଡା ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୋପାଳପୁର ଥାନା ଅଞ୍ଚଳର ଅଭିଯୁକ୍ତ ସୁଶାନ୍ତ କୁମାର ସାହୁ ଓରଫ ଦିପୁନ ସାହୁ (୨୬)କୁ ଦୋଷୀ ସାବ୍ୟସ୍ତ କରାଯାଇଛି। କୋର୍ଟ ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସର ସଶ୍ରମ କାରାଦଣ୍ଡ ଭୋଗିବାକୁ ପଡ଼ିବ। ଏତଦ୍‌ବ୍ୟତୀତ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନସେବା ପ୍ରାଧିକରଣ ସଚିବଙ୍କୁ ଜଜ୍ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାବଳୀରୁ ପ୍ରକାଶ ଯେ, ୨୦୨୨ ଜୁନ୍ ୯ ତାରିଖ ଦିନ ଗୋପାଳପୁର ଥାନା ଅଞ୍ଚଳର ନବମ ଶ୍ରେଣୀ ଛାତ୍ରୀଜଣଙ୍କ ଟିଉସନ୍‌ରୁ ଘରକୁ ଫେରୁଥିବା ସମୟରେ ଅଭିଯୁକ୍ତ ସୁଶାନ୍ତ ତାଙ୍କୁ ଗାଡ଼ିରେ ବସାଇ ଅପହରଣ କରି ନେଇଥିଲେ। ଏନେଇ ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ପୋଲିସ୍ ମାମଲା (ନଂ ୧୧୦/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।

ତଦନ୍ତ ପ୍ରକ୍ରିୟାରେ ପୋଲିସ୍ ମୋବାଇଲ୍ ଟ୍ରାକ୍ କରି ୨୦୨୨ ଅଗଷ୍ଟ ୨୭ ତାରିଖରେ ଆଇଜର (IISER) ନିକଟସ୍ଥ ଏକ ଭଡ଼ାଘରୁ ପୀଡ଼ିତାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରିଥିଲେ। ପୋଲିସ୍ ଜେରା ସମୟରେ ଜଣାପଡ଼ିଥିଲା ଯେ ଅଭିଯୁକ୍ତ ନାବାଳିକାଙ୍କୁ ପ୍ରଥମେ ଆନ୍ଧ୍ରପ୍ରଦେଶ ନେଇ ରଖିଥିଲେ ଏବଂ ପରେ ସେଠାରୁ ଆସି ଆଇଜର ନିକଟରେ ରହୁଥିଲେ। ପୀଡ଼ିତାଙ୍କ ବୟାନ ଆଧାରରେ ତତ୍କାଳୀନ ତଦନ୍ତକାରୀ ଅଧିକାରୀ (SI) ସୋଫିଆ ମିଶ୍ର କୋର୍ଟରେ ଚାର୍ଜସିଟ୍ ଦାଖଲ କରିଥିଲେ।

ବିଚାରଣ ଚାଲିଥିବା ସମୟରେ ଅଭିଯୁକ୍ତ ଜାମିନ୍‌ରେ ଆସି କୋର୍ଟରେ ହାଜର ହୋଇନଥିଲା। ଏହାପରେ କୋର୍ଟ ତାଙ୍କ ବିରୋଧରେ ଜାମିନ୍‌ବିହୀନ ଗିରଫ ପରୱାନା (NBW) ଜାରି କରିଥିଲେ। ୱାରେଣ୍ଟ ଆଧାରରେ ପୋଲିସ୍ ଗତକାଲି ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା।

ଏହି ମାମଲାର ବିଚାରଣା ସମୟରେ ମୋଟ ୮ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଆଜି ବିଚାରପତି ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଅଭିଯୁକ୍ତର ଉପସ୍ଥିତିରେ ଚାର୍ଜସିଟ୍ ଓ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ଡ. ଶିବ ପ୍ରସାଦ ମିଶ୍ର ମାମଲା ପରିଚାଳନା କରୁଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ

ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା)…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

କୋରାପୁଟ MP ସପ୍ତଗିରି ଉଲାକାଙ୍କୁ ମିଳିଲା ‘ସଂସଦ ରତ୍ନ’ ଉପାଧି! କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ଏକ ବିଶେଷ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

ଭୋଟର ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୦।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ ଭୋଟର ସଚେତନତା ଓ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶ୍ରୀବତ୍ସ ସରକାରୀ ଉଚ୍ଚ ବିଦ୍ୟାଳୟ, ଭଞ୍ଜନଗର ଏବଂ…

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri