ଜିତୁ ମୁଣ୍ଡାଙ୍କୁ ମିଳୁ ନ୍ୟାୟ: ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡିି

ପାଟଣା,୨୯।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ମଲ୍ଲିପୋଷି ଓଡିଶା ଗ୍ରାମୀଣ ବ୍ୟାଙ୍କ ଗ୍ରିଲ ସମ୍ମୁଖରେ ରଖିବା ପରେ ମଙ୍ଗଳବାର ପ୍ରଶାସନ ତରଫରୁ ଜମା ଟଙ୍କା ସହ ସହ ରେଡକ୍ରସରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା। ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ ଏକ ଫ୍ୟାକ୍ଟ୍ଟଫାଇଣ୍ଡିଂ ଟିମ ବିଜେଡ଼ି ରାଜ୍ୟ ଉପସଭାପତି ତଥା ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ନେତୃତ୍ୱରେ ଜିତୁ ମୁଣ୍ଡାଙ୍କ ଡିଆନଳିସ୍ଥିତ ବାସଭବନରେ ପହଞ୍ଚି ତଥ୍ୟ ସଂଗ୍ରହ କରିବା ସହ ସମବେଦନା ଜଣାଇଛନ୍ତି।

ଜିତୁଙ୍କୁ ଭେଟିବା ପରେ ପ୍ରତିକ୍ରିୟାରେ ପାତ୍ର କହିଛନ୍ତି, ସରକାରଙ୍କ ଆରଡିସି ନିଜ ଅଧନରେ ଥିବାରୁ ଏଥିରେ ଆମର ଭରଷା ନାହିଁ। ଆମେ ଜିତୁଙ୍କ ପରିବାର ପ୍ରତି ହୋଇଥିବା ଅନ୍ୟାୟର ଖୁଲାସା ଓ ସମସ୍ତ ଦୋଷୀ କଠୋର ଦଣ୍ଡ ପାଇବା ପାଇଁ ବିଚାବିଭାଗୀୟ ତଦନ୍ତ ଦାବି କରୁଛୁ।
ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ବିଜେଡ଼ି ଜିଲା ସଭପତି ଆଶିଷ ଚକ୍ରବର୍ତ୍ତୀ, ଜିଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ପୂର୍ବତନ ଆଦିବାସୀ ଉନ୍ନୟନ ଅଧ୍ୟକ୍ଷ ରାମରାୟ ମୁନ୍ଦିୟା, ଉପାଧ୍ୟକ୍ଷ ନାରଣ ପୂର୍ତ୍ତିର, ବିଜେଡ଼ି ପାଟଣା ବ୍ଲକ ସଭାପତି ମାଧବା ନନ୍ଦ ପୃଷ୍ଟି, ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତ ନାଏକ,୨୩ନମ୍ବର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ, ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, ବଡ ପାଟଣା ସରପଞ୍ଚ ବିନତୀ ବାନାରା ସହ ଅନେକ ବିଜେଡ଼ି ନେତା କର୍ମୀ ପହଞ୍ଚି ଜିତୁଙ୍କ ସହ ଆଲୋଚନା, ପ୍ରଶାସନର ବିଧି ବ୍ୟବସ୍ଥାକୁ ଦାୟୀ କରିଛି। ବିଜେଡ଼ି ଘଟଣା ଘଟିବାର ଗୋଟେ ଦିନରେ ପରେ ଟଙ୍କା ମିଳିବା ସହ ମୃତ୍ୟୁ ପ୍ରମାଣ ପତ୍ର ଆଗରୁ କାହିଁକି ବାହାରିଲାନି ବୋଲି ଅଭିଯୋଗ ଆଣିଛି ବିଜେଡି। ବ୍ୟାଙ୍କ, ତହସିଲ, ବ୍ଲକ ଓ ପୋଲିସ କର୍ତ୍ତୃପକ୍ଷ ଜିତୁଙ୍କୁ ନ୍ୟାୟ ଦେବା ଦେବା ବଦଳରେ ଓଲଟି ଦୁର୍ବ୍ୟହାର ଓ ଦଣ୍ଡିତ କରିଛି ବୋଲି ବିଜେଡ଼ି ନେତାମାନେ ଅଭିଯୋଗ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri