Posted inଜାତୀୟ

ଜଷ୍ଟିସ୍‌ ଶ୍ରୀବାସ୍ତବ ଏନ୍‌ଜିଟିର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୩।୮(ପି.ଟି): କାଲକାଟା ହାଇକୋର୍ଟର ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ପ୍ରକାଶ ଶ୍ରୀବାସ୍ତବଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ସେ ବୁଧବାର ନୂଆ ଦାୟିତ୍ୱ ଗ୍ରହଣ କରିବେ। ଏନ୍‌ଜିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଆଦର୍ଶ କୁମାର ଗୋଏଲ ଅବସର ନେବା ପରେ ଜୁଲାଇ ୬ରେ କେନ୍ଦ୍ର ସରକାର ଜଷ୍ଟିସ୍‌ ଶେଅ କୁମାର ସିଂଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ ରୂପେ ନିଯୁକ୍ତି ଦେଇଥିଲେ। ସୋମବାର ଜଷ୍ଟିସ୍‌ ଶ୍ରୀବାସ୍ତବଙ୍କୁ ଅଧ୍ୟକ୍ଷ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ସେ ୨୦୨୧ ଅକ୍ଟୋବର ୧୧ରୁ ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ କାଲକାଟା ହାଇକୋର୍ଟ ମୁଖ୍ୟ ବିଚାରପତି ରୂପେ ଦାୟିତ୍ୱ ତୁଲାଇଥିଲେ। ୧୯୬୧ ମାର୍ଚ୍ଚ ୩୧ରେ ଜନ୍ମିତ ଜଷ୍ଟିସ୍‌ ଶ୍ରୀବାସ୍ତବ ୧୯୮୭ ଫେବୃୟାରୀ ୨ରେ ଓକିଲାତି କ୍ୟାରିୟର ଆରମ୍ଭ କରିଥିଲେ। ଇତିମଧ୍ୟରେ ସେ ସୁପ୍ରିମକୋର୍ଟରେ ଓକିଲାତି କରି ୨୦୦୮ ଜାନୁୟାରୀ ୧୮ରେ ମଧ୍ୟପ୍ରଦେଶ ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri