Posted inଜାତୀୟ

ଜଷ୍ଟିସ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୭ା୭(ପି.ଟି.):ଓଡ଼ିଶା ସମେତ ୭ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ୭ ଜଣ ବିିଚାରପତିଙ୍କ ନାମ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ଅନ୍ୟ ହାଇକୋର୍ଟଗୁଡ଼ିକ ହେଲେ ବମ୍ବେ, ଗୁଜରାଟ, ତେଲଙ୍ଗାନା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ମଣିପୁର ହାଇକୋର୍ଟ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ଆସନ୍ତା ଅଗଷ୍ଟରେ ଅବସର ଗ୍ରହଣ କରିବାକୁ ଥିବାରୁ ଉକ୍ତ ପଦବୀ ଖାଲି ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି କଲେଜିୟମ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ସୁପାରିସ କରିଥିବା ଉକ୍ତ ପ୍ରସ୍ତାବରେ କୁହାଯାଇଛି। ଜଷ୍ଟିସ ତାଳପତ୍ର ୨୦୧୩ରୁ ତ୍ରିପୁରା ହାଇକୋର୍ଟର ବିଚାରପତି ରହିଥିଲେ ମଧ୍ୟ ମୁଖ୍ୟ ବିଚାରପତି ପଦ ପାଇଁ ତାଙ୍କ ନାମକୁ ଏପର୍ଯ୍ୟନ୍ତ ସୁପାରିସ କରାଯାଇ ନ ଥିବାରୁ କଲେଜିୟମ ଏହାକୁ ବିଚାରକୁ ନେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବର୍ତ୍ତମାନର ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଦେବେନ୍ଦ୍ର କୁମାର ଉପାଧ୍ୟାୟଙ୍କୁ ବମ୍ବେ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି ସୁପାରିସ କରାଯାଇଥିବାବେଳେ ଆଲ୍ଲାହାବାଦ ହାଇକୋର୍ଟର ଅନ୍ୟତମ ବିଚାରପତି ଜଷ୍ଟିସ ସୁନୀତା ଅଗ୍ରଓ୍ବାଲଙ୍କୁ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ କରାଯିବ। ସେହିପରି ଆନ୍ଧ୍ରପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଧୀରଜ ସିଂ ଠାକୁରଙ୍କ ନାମ ସୁପାରିସ ହୋଇଛି। ସେ ୨୦୧୩ରେ ଜମ୍ମୁ-କଶ୍ମୀର ହାଇକୋର୍ଟର ବିଚାରପତି ନିଯୁକ୍ତ ହୋଇଥିଲେ ଏବଂ ଗତବର୍ଷ ଜୁନ୍‌ରେ ବମ୍ବେ ହାଇକୋର୍ଟକୁ ବଦଳି ହୋଇଥିଲେ। ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଆଶିଷ ଜେ. ଦେଶାଇଙ୍କୁ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି ସୁପାରିସ ହୋଇଛି। ସେହିପରି କର୍ନାଟକ ହାଇକୋର୍ଟ ବିଚାରପତି ଆଲୋକ ଆରାଧେଙ୍କୁ ତେଲଙ୍ଗାନା ହାଇକୋଟଁର ମୁଖ୍ୟ ବିଚାରପତି ଭାବେ ଏବଂ ଦିଲ୍ଲୀ ହାଇକୋର୍ଟର ବିଚାରପତି ସିଦ୍ଧାର୍ଥ ମୃଦୁଳଙ୍କୁ ମଣିପୁର ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ଲାଗି କଲେଜିୟମ ସୁପାରିସ କରିଛନ୍ତି।
ଏହା ବ୍ୟତୀତ ୫ ଜଣିଆ କଲେଜିୟମ ତେଲଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଉଜ୍ଜଳ ଭୁୟାଁ ଏବଂ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଏସ୍‌. ଭେଙ୍କଟନାରାୟଣ ଭଟ୍ଟିଙ୍କ ନାମକୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦେବାକୁ ସୁପାରିସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?