Posted inଜାତୀୟ

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଗତ ଜୁନ୍‌ ୧ରେ ଶେଷ ହେବା ପରେ ଏହି ପଦବୀ
ଖାଲି ପଡ଼ିଥିଲା। ଜଷ୍ଟିସ୍‌ ରାମସୁବ୍ରମଣ୍ୟନ୍‌ ୨୦୧୯ରୁ ୨୦୨୩ ସର୍ବୋଚ୍ଚ ଅଦାଲତର ବିଚାରପତି ରହିଥିଲେ।

ଏହା ପୂର୍ବରୁ ସେ ହିମାଚଳପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ୨୦୦୬ରେ ସେ ମାଡ୍ରାସ୍‌ ହାଇକୋର୍ଟର ଅତିରିକ୍ତ ବିଚାରପତି ନିଯୁକ୍ତ ହୋଇଥିଲେ ଏବଂ ନିଜ ନିବେଦନକ୍ରମେ ଅବିଭକ୍ତ ଆନ୍ଧ୍ରପ୍ରଦେଶ ହାଇକୋର୍ଟକୁ ବଦଳି ହୋଇଥିଲେ। ଆନ୍ଧ୍ରପ୍ରଦେଶରୁ ଅଲଗା ହୋଇ ତେଲଙ୍ଗାନା ଗଠନ ହେବା ପରେ ୨୦୧୯ରେ ରାମସୁବ୍ରମଣ୍ୟନ୍‌ ତେଲଙ୍ଗାନା ହାଇକୋର୍ଟର ବିଚାରପତି ରହିଥିଲେ। ସ୍କାଇପେ’ରେ ମାମଲା ଶୁଣାଣି କରିବାରେ ସେ ପ୍ରଥମ ବିଚାରପତି। ରାମସୁବ୍ରମଣ୍ୟନ୍‌ଙ୍କ ଖଣ୍ଡପୀଠ ଅଭିବ୍ୟକ୍ତି ସ୍ବାଧୀନତା ଉପରେ ଜୋର୍‌ ଦେଇଥିଲେ। ସାରା ବିଶ୍ୱରେ ମାନହାନି ମାମଲା ଏକ ଟ୍ରେଣ୍ଡ ହୋଇଯାଇଥିବାରୁ ତାହାକୁ ଅପରାଧମୁକ୍ତ କରାଯିବା ଉଚିତ ବୋଲି ଉକ୍ତ ଖଣ୍ଡପୀଠ କହିଥିଲେ।

ଏନ୍‌ଏଚ୍‌ଆର୍‌ସିର ନୂଆ ଅଧ୍ୟକ୍ଷ ଚୟନ ପାଇଁ ଗତ ୧୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚକ୍ଷମତାସମ୍ପନ୍ନ କମିଟି ବୈଠକ ବସିଥିଲା। ଏଥିରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ରାଜ୍ୟ ସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri