Posted inଜାତୀୟ

ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ନିଯୁକ୍ତ

ନୂଆଦିଲ୍ଲୀ,୨୪ା୧୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଭି. ରାମସୁବ୍ରମଣ୍ୟନ୍‌ଙ୍କୁ ଭାରତର ଜାତୀୟ ମାନବାଧିକାର ଆୟୋଗ (ଏନ୍‌ଏଚ୍‌ଆର୍‌ସି)ର ୯ମ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପୂର୍ବରୁ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ ଥିବା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଗତ ଜୁନ୍‌ ୧ରେ ଶେଷ ହେବା ପରେ ଏହି ପଦବୀ
ଖାଲି ପଡ଼ିଥିଲା। ଜଷ୍ଟିସ୍‌ ରାମସୁବ୍ରମଣ୍ୟନ୍‌ ୨୦୧୯ରୁ ୨୦୨୩ ସର୍ବୋଚ୍ଚ ଅଦାଲତର ବିଚାରପତି ରହିଥିଲେ।

ଏହା ପୂର୍ବରୁ ସେ ହିମାଚଳପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ୨୦୦୬ରେ ସେ ମାଡ୍ରାସ୍‌ ହାଇକୋର୍ଟର ଅତିରିକ୍ତ ବିଚାରପତି ନିଯୁକ୍ତ ହୋଇଥିଲେ ଏବଂ ନିଜ ନିବେଦନକ୍ରମେ ଅବିଭକ୍ତ ଆନ୍ଧ୍ରପ୍ରଦେଶ ହାଇକୋର୍ଟକୁ ବଦଳି ହୋଇଥିଲେ। ଆନ୍ଧ୍ରପ୍ରଦେଶରୁ ଅଲଗା ହୋଇ ତେଲଙ୍ଗାନା ଗଠନ ହେବା ପରେ ୨୦୧୯ରେ ରାମସୁବ୍ରମଣ୍ୟନ୍‌ ତେଲଙ୍ଗାନା ହାଇକୋର୍ଟର ବିଚାରପତି ରହିଥିଲେ। ସ୍କାଇପେ’ରେ ମାମଲା ଶୁଣାଣି କରିବାରେ ସେ ପ୍ରଥମ ବିଚାରପତି। ରାମସୁବ୍ରମଣ୍ୟନ୍‌ଙ୍କ ଖଣ୍ଡପୀଠ ଅଭିବ୍ୟକ୍ତି ସ୍ବାଧୀନତା ଉପରେ ଜୋର୍‌ ଦେଇଥିଲେ। ସାରା ବିଶ୍ୱରେ ମାନହାନି ମାମଲା ଏକ ଟ୍ରେଣ୍ଡ ହୋଇଯାଇଥିବାରୁ ତାହାକୁ ଅପରାଧମୁକ୍ତ କରାଯିବା ଉଚିତ ବୋଲି ଉକ୍ତ ଖଣ୍ଡପୀଠ କହିଥିଲେ।

ଏନ୍‌ଏଚ୍‌ଆର୍‌ସିର ନୂଆ ଅଧ୍ୟକ୍ଷ ଚୟନ ପାଇଁ ଗତ ୧୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚକ୍ଷମତାସମ୍ପନ୍ନ କମିଟି ବୈଠକ ବସିଥିଲା। ଏଥିରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ରାଜ୍ୟ ସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri