Posted inରାଜ୍ୟ

ମହାପ୍ରଭୁଙ୍କ ପାଇଁ ପ୍ରାୟ ୩ଶହ ମାମଲା ମାଗଣାରେ ଲଢ଼ିଛନ୍ତି ଜଷ୍ଟିସ୍ ବିଶ୍ଵନାଥ ରଥ, ଏବେ ମିଳିଲା ରତ୍ନ ଭଣ୍ଡାର ଖୋଲିବା ଦାୟିତ୍ୱ

ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ପରେ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆଜି ଏହି କମିଟିରେ ନିଯୁକ୍ତି ପାଇ କିଛି କରିବାର ସୁଯୋଗ ପାଇଛି।

ଗଣମାଧ୍ୟମକୁ ସାକ୍ଷାତ ଦେଇ ସେ କହିଛନ୍ତି “୨୦୧୪ରେ ଓଡ଼ିଶା ହାଇକୋର୍ଟର ବିଚାରପତି ହେବା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ଓକିଲ ଭାବେ ବହୁ ମାମଲାର ପରିଚାଳନା କରିଥିବା ବେଳେ ଅନେକ ମାମଲାରେ ମହାପ୍ରଭୁ ଜଗନ୍ନାଥଙ୍କ ବିଜୟ ହୋଇଛି। ଆଇନଜୀବୀ ଭାବେ ଯାହା କିଛି ସାଧ୍ଯ ମହାପ୍ରଭୁଙ୍କ ପାଇଁ କରିବାକୁ ଚେଷ୍ଟା କରିଥୁଲି। ତେବେ ମୋ ଦ୍ଵାରା ହେବାକୁ ଥିବା ମହାପ୍ରଭୁଙ୍କର ଆଉ କିଛି କାର୍ଯ୍ୟ ବାକି ରହିଯାଇଛି। ସେଇ ଅସଂପୂର୍ଣ୍ଣ କାର୍ଯ୍ୟକୁ ସଂପୂର୍ଣ କରିବା ଲାଗି ମହାପ୍ରଭୁ ମୋତେ ଏହି ସୁଯୋଗ ଦେଇଛନ୍ତି।ସେହି କାମ ପୂରଣ କରିବାକୁ ଚେଷ୍ଟା କରିବି”।

ଏହା ସହିତ ସେ କହିଛନ୍ତି ”ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆଜି ଏହି କମିଟିରେ ନିଯୁକ୍ତି ପାଇ କିଛି କରିବାର ସୁଯୋଗ ପାଇଛି। ଓଡ଼ିଶାର ସାଢ଼େ ୪କୋଟି ଲୋକଙ୍କ ଆଶୀର୍ବାଦ ଓ କମିଟିର ପ୍ରତ୍ୟେକ ସଦସ୍ୟଙ୍କ ସହଯୋଗରେ ରତ୍ନ ଭଣ୍ଡାର ଖୋଲିବା ଓ ଅଳଙ୍କାର ଗଣନା ପାଇଁ ତାଙ୍କୁ ସୁଯୋଗ ମିଳିଥିବାରୁ ସେ ଏବଂ ତାଙ୍କ କମିଟିର ସମସ୍ତ ସଦସ୍ୟ ଏହି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବାକୁ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି।”

ସୂଚନାଯୋଗ୍ୟ ଜଷ୍ଟିସ୍ ରଥଙ୍କ ବାପା ତଥା ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ, ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ତିନି ଥର ଅବୈତନିକ ସଦସ୍ୟ ଭାବେ କାମ କରିଥିଲେ।

ତେବେ ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି। ଏଥିରେ ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ପ୍ରକାଶ ମିଶ୍ର, ସ୍ବାମୀ ପ୍ରଜ୍ଞାନନ୍ଦଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ(ଏଏସ୍‌ଆଇ)ର ପ୍ରତିନିଧି, ମଧୁସୂଦନ ସିଂଘାରି, ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲାପାଳ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri