Posted inରାଜ୍ୟ

ମହାପ୍ରଭୁଙ୍କ ପାଇଁ ପ୍ରାୟ ୩ଶହ ମାମଲା ମାଗଣାରେ ଲଢ଼ିଛନ୍ତି ଜଷ୍ଟିସ୍ ବିଶ୍ଵନାଥ ରଥ, ଏବେ ମିଳିଲା ରତ୍ନ ଭଣ୍ଡାର ଖୋଲିବା ଦାୟିତ୍ୱ

ଭୁବନେଶ୍ୱର,୫।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା, ଅଳଙ୍କାର ଗୁଡ଼ିକର ଗଣନା ପାଇଁ ରାଜ୍ୟ ସରକାର ଓଡ଼ିଶା ହାଇକୋର୍ଟ ପୂର୍ବତନ ବିଚାରପତି ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ପରେ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆଜି ଏହି କମିଟିରେ ନିଯୁକ୍ତି ପାଇ କିଛି କରିବାର ସୁଯୋଗ ପାଇଛି।

ଗଣମାଧ୍ୟମକୁ ସାକ୍ଷାତ ଦେଇ ସେ କହିଛନ୍ତି “୨୦୧୪ରେ ଓଡ଼ିଶା ହାଇକୋର୍ଟର ବିଚାରପତି ହେବା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ଓକିଲ ଭାବେ ବହୁ ମାମଲାର ପରିଚାଳନା କରିଥିବା ବେଳେ ଅନେକ ମାମଲାରେ ମହାପ୍ରଭୁ ଜଗନ୍ନାଥଙ୍କ ବିଜୟ ହୋଇଛି। ଆଇନଜୀବୀ ଭାବେ ଯାହା କିଛି ସାଧ୍ଯ ମହାପ୍ରଭୁଙ୍କ ପାଇଁ କରିବାକୁ ଚେଷ୍ଟା କରିଥୁଲି। ତେବେ ମୋ ଦ୍ଵାରା ହେବାକୁ ଥିବା ମହାପ୍ରଭୁଙ୍କର ଆଉ କିଛି କାର୍ଯ୍ୟ ବାକି ରହିଯାଇଛି। ସେଇ ଅସଂପୂର୍ଣ୍ଣ କାର୍ଯ୍ୟକୁ ସଂପୂର୍ଣ କରିବା ଲାଗି ମହାପ୍ରଭୁ ମୋତେ ଏହି ସୁଯୋଗ ଦେଇଛନ୍ତି।ସେହି କାମ ପୂରଣ କରିବାକୁ ଚେଷ୍ଟା କରିବି”।

ଏହା ସହିତ ସେ କହିଛନ୍ତି ”ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆଜି ଏହି କମିଟିରେ ନିଯୁକ୍ତି ପାଇ କିଛି କରିବାର ସୁଯୋଗ ପାଇଛି। ଓଡ଼ିଶାର ସାଢ଼େ ୪କୋଟି ଲୋକଙ୍କ ଆଶୀର୍ବାଦ ଓ କମିଟିର ପ୍ରତ୍ୟେକ ସଦସ୍ୟଙ୍କ ସହଯୋଗରେ ରତ୍ନ ଭଣ୍ଡାର ଖୋଲିବା ଓ ଅଳଙ୍କାର ଗଣନା ପାଇଁ ତାଙ୍କୁ ସୁଯୋଗ ମିଳିଥିବାରୁ ସେ ଏବଂ ତାଙ୍କ କମିଟିର ସମସ୍ତ ସଦସ୍ୟ ଏହି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବାକୁ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି।”

ସୂଚନାଯୋଗ୍ୟ ଜଷ୍ଟିସ୍ ରଥଙ୍କ ବାପା ତଥା ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ, ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ତିନି ଥର ଅବୈତନିକ ସଦସ୍ୟ ଭାବେ କାମ କରିଥିଲେ।

ତେବେ ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି। ଏଥିରେ ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ପ୍ରକାଶ ମିଶ୍ର, ସ୍ବାମୀ ପ୍ରଜ୍ଞାନନ୍ଦଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ(ଏଏସ୍‌ଆଇ)ର ପ୍ରତିନିଧି, ମଧୁସୂଦନ ସିଂଘାରି, ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲାପାଳ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?