ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ଜଷ୍ଟିସ ବିଶ୍ୱନାଥ ରଥ କଲେ ଖୁଲାସା

ପୁରୀ,୧୪।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଆଜି ଖୋଲିଛି। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା। ଫଳରେ ତାଲା ଭଙ୍ଗାଯାଇଥିଲା। ଜଷ୍ଟିସ ବିଶ୍ୱନାଥ ରଥଙ୍କ ଉପସ୍ଥିତିରେ ବାହାର ଭଣ୍ଡାରରେ ଥିବା ଅଳଙ୍କାରଗୁଡିକ ଚାଙ୍ଗଡା ଘର ଏବଂ ଫୁଲ ଘରକୁ ସ୍ଥାନାନ୍ତର କରାଯାଇଛି।
ତେବେ ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ଉଙ୍କି ମାରୁଛି। ଏନେଇ ବିଶ୍ୱନାଥ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାରର ତାଲା କାଟି ଭିତରେ ପ୍ରବେଶ କରିଥିଲେ ମଧ୍ୟ ସମୟ ଅଭାବରୁ ସେଠାରେ କ’ଣ ରହିଛି ତାହା ସ୍ପଷ୍ଟ ହୋଇନାହିଁ। ଭିତର ଓ ବାହାର ରତ୍ନଭଣ୍ଡାର ଭିତରେ ନୂଆ ତାଲା ପକାଯାଇଛି। ବାହୁଡା ଓ ସୁନାବେଶ ପରେ ପୁଣି ଦିନେ ଭିତର ରତ୍ନଭଣ୍ଡାର ଖୋଲି ସେଠାରେ ଥିବା ସାମଗ୍ରୀକୁ ସ୍ଥାନାନ୍ତର କରାଯିବ।
ସେହିପରି ଭିତର ଅବସ୍ଥା ଦେଖିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ ଥିଲା। ଫଳରେ ଏସ୍‌ଓପି ଅନୁସାରେ ତାଲା ଭଙ୍ଗାଯାଇ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ବାହାର ରତ୍ନଭଣ୍ଡାର ଅଳଙ୍କାର ଚାଙ୍ଗଡା ଘର ଏବଂ ଫୁଲ ଘରେ ହୋଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବା ପରେ ତାହାକୁ ସିଲ୍‌ କରାଯାଇଛି। ଭିତର ରତ୍ନଭଣ୍ଡାର ସିନ୍ଦୁକରେ ସୁନା ରହିଛି। ରଥଯାତ୍ରା ପରେ ତାହା ଗଣନା ହେବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
ମୁଖ୍ୟ ପ୍ରଶାସକ ଆହୁରି ମଧ୍ୟ କହିଛନ୍ତି, ଭିତର ଭଣ୍ଡାର ଅଳଙ୍କାର ଆଜି ଖୋଲାଗଲାନି। ବାହାର ଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣ କାମ ବହୁତ ସମୟ ଲାଗିଗଲା। କାଲି ବାହୁଡ଼ା ଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି। ତେଣୁ ବାହୁଡ଼ା, ସୁନାବେଶ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ଦିନ ନିର୍ଦ୍ଧାରଣ କରାଯାଇ ଖୋଲାଯିବ। ଭିତର ଭଣ୍ଡାର ଅଳଙ୍କାରକୁ ଖଟଶେଯ ଘରକୁ ସ୍ଥାନାନ୍ତର କରାଯିବ। ଅଳଙ୍କାର ସ୍ଥାନାନ୍ତରଣ ପରେ ଏଏସଆଇ ରକ୍ଷଣାବେକ୍ଷଣ କାମ ଆରମ୍ଭ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri