Posted inଖେଳ

ଟୁଇଟରେ ଟ୍ରେଣ୍ଡ କରୁଛି #ଜଷ୍ଟିସ୍‌ଫରସଞ୍ଜୁ

ନୂଆଦିଲ୍ଲୀ,୧୧।୧୧: ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ନିକଟରେ ଘୋଷିତ ହୋଇଥିଲା ୧୬ ଜଣିଆ ଭାରତୀୟ ଦଳ। ବିରାଟ କୋହଲି, ରବୀନ୍ଦ୍ର ଜାଡେଜା, ହାର୍ଦ୍ଦିକ ପାଣ୍ଡ୍ୟା, ଶାର୍ଦ୍ଦୁଳ ଠାକୁର ଓ ମହମ୍ମଦ ଶାମିଙ୍କ ଭଳି ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି। ଏମାନଙ୍କ ସ୍ଥାନରେ ଦଳରେ ସ୍ଥାନ ପାଇଛନ୍ତି ଅଲରାଉଣ୍ଡର ଭେଙ୍କଟେଶ ଆୟର, ପେସର ହର୍ଶଲ ପଟେଲ, ଅଭେଶ ଖାଁ, ମହମ୍ମଦ ସିରାଜ, ରୁତୁରାଜ ଗାଏକ୍ୱାଡ, ଦୀପକ ଚହର, ଶ୍ରେୟାସ ଆୟରଙ୍କ ଭଳି ଯୁବ ଖେଳାଳି। ପ୍ରାୟତଃ ଖେଳାଳିଙ୍କୁ ସେମାନଙ୍କ ଆଇପିଏଲ ପ୍ରଦର୍ଶନ ପାଇଁ ଦଳରେ ନିଆଯାଇଛି। କିନ୍ତୁ ଆଇପିଏଲ ଓ ସୟଦ ମୁସ୍ତାକ ଅଲି ଟି୨୦ ଇଭେଣ୍ଟରେ ଭଲ ପ୍ରଦର୍ଶନ କରିଥିବା ସଞ୍ଜୁ ସାମସନଙ୍କୁ ଦଳରେ ସ୍ଥାନ ନ ମିଳିନାହିଁ। ଏଥିଯୋଗୁ ପ୍ରତିଭାଶାଳୀ ବ୍ୟାଟ୍ସମ୍ୟାନଙ୍କ ସମର୍ଥନରେ ଓହ୍ଲାଇଛନ୍ତି କ୍ରିକେଟ ପ୍ରଶଂସକ। ସଞ୍ଜୁଙ୍କୁ ସୁଯୋଗ ନ ମିଳିବାରୁ ଟୁଇଟରରେ #ଜଷ୍ଟିସ୍‌ଫରସଞ୍ଜୁସାମସନ ଟ୍ରେଣ୍ଡିଂ ପାଲଟିଛି।

ପୂର୍ବରୁ ନିୟମିତ ପ୍ରଦର୍ଶନ କରିପାରୁ ନ ଥିବାରୁ ତାଙ୍କୁ ଖୁବ୍‌ କମ୍‌ ସୁଯୋଗ ମିଳୁଥିଲା। କିନ୍ତୁ ଚଳିତ ବର୍ଷ ରାଜସ୍ଥାନ ରୟାଲ୍ସ ଦଳର ଅଧିନାୟକ ହେବା ପରେ ସଞ୍ଜୁ ଦାୟିତ୍ୱବାନ ହୋଇ ଖେଳିବା ସହ ଦଳର ଆବଶ୍ୟକତା ଦେଖି ଚାହିଁ ବଡ଼ ଶଟ୍‌ ଖେଳିଥିଲେ। ଏହବାଦ୍‌ ଚଳିତ ସୟମ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ଦୁଇଟି ଅର୍ଦ୍ଧଶତକ ଲଗାଇବା ପରେ ମଧ୍ୟ ତାଙ୍କୁ ଜାତୀୟ ଦଳରୁ ଅଣଦେଖା କରାଯାଇଛି।

ଜଣେ ପ୍ରଶଂସକ ଲେଖିଛନ୍ତି, ସଞ୍ଜୁ ଜାତୀୟ ଦଳରେ ସ୍ଥାନ ପାଇବା ପାଇଁ ହକ୍‌ଦାର। ଚିନ୍ତା କର ନାହିଁ। ସୂର୍ଯ୍ୟ ପୁଣିଥରେ ଉଇଁବ। ସେହିଭଳି ଅନେକ ପ୍ରଶଂସକ #ଜଷ୍ଟିସ୍‌ଫରସଞ୍ଜୁସାମସନ ଟ୍ୟାଗକୁ ବ୍ୟବହାର କରି ସଞ୍ଜୁଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri