Posted inଖେଳ

ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌କୁ ଝଟ୍‌କା: ପାକିସ୍ତାନ ଗସ୍ତ ପୂର୍ବରୁ ଇସ୍ତଫା ଦେଲେ ଲାଙ୍ଗର

ମେଲବୋର୍ନ,୫।୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଲାଙ୍ଗର। ସେ ଶନିବାର ହଠାତ୍‌ ଦଳର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ତେବେ ତାଙ୍କ ସମୟରେ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍‌ ଜିତିବା ସହ ଆଶେସ ସିରିଜ୍‌କୁ ୪-୦ରେ ନିଜ ନାମରେ କରିଥିଲା। ଏଭଳି ସଫଳତା ସତ୍ତ୍ୱେ ସେ କାହିଁକି ନିଜ ପଦ ଛାଡ଼ିଲେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ଯାହା ସୂଚନା ରହିଛି ଲାଙ୍ଗରଙ୍କର କିଛି ଖେଳାଳି ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଗଭର୍ନିଂ ବଡିଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇଥିଲା। ଏଥିଲାଗି ଶୁକ୍ରବାର ତାଙ୍କ ଭବିଷ୍ୟତକୁ ନେଇ ବୋର୍ଡ ବୈଠକ ଡାକିଥିଲା। ଏଥିରେ ମଧ୍ୟ କିଛି ଚୁଡ଼ାନ୍ତ ହୋଇପାରି ନ ଥିଲା। ଏହି କାରଣରୁ ଶନିବାର ମୁଖ୍ୟ କୋଚ୍‌ ପଦରୁ ସେ ଇସ୍ତଫା ଦେଇଛନ୍ତି। ମାର୍ଚ୍ଚରେ ଅଷ୍ଟ୍ରେଲିଆ ଟିମ୍‌ ପାକିସ୍ତାନ ଗସ୍ତ କରିବ। ୨୪ ବର୍ଷରେ ଦଳର ଏହା ପ୍ରଥମ ଗସ୍ତ। ଏଭଳି ସ୍ଥିତିରେ ଲାଙ୍ଗରଙ୍କ ଇସ୍ତଫା ଦଳ ପାଇଁ ଶୁଭଙ୍କର ନୁହେଁ। ତାଙ୍କ କାର୍ଯ୍ୟକାଳ ଜୁନ୍‌ରେ ସମାପ୍ତ ହୋଇଥାନ୍ତା। ହେଲେ ତା’ ପୂର୍ବରୁ ସେ ଇସ୍ତଫା ଦେଇ ଅଷ୍ଟ୍ରେଲିଆ ଟିମ୍‌ରେ ସବୁକିଛି ଠିକ୍‌ ଚାଲି ନ ଥିବା ସଙ୍କେତ ଦେଇଛନ୍ତି।

ପ୍ରକାଶ ଯେ, ୨୦୧୮ରେ ଲାଙ୍ଗର ଅଷ୍ଟ୍ରେଲିଆ ଟିମ୍‌ର ମୁଖ୍ୟ କୋଚ୍‌ ହୋଇଥିଲେ। ଏହି ସମୟରେ ଦଳର ଏକାଧିକ ଖେଳାଳି ବିଭିନ୍ନ ସମସ୍ୟାରେ ଫସିଥିଲେ। ଦଳର ପ୍ରଦର୍ଶନ ମଧ୍ୟ ସେତେଟା ଭଲ ନ ଥିଲା। ଏହାସତ୍ତ୍ୱେ ସେ ଦଳକୁ ସମ୍ଭାଳି ଆଗକୁ ନେଇଥିଲେ। ତାଙ୍କ ସମୟରେ ଅଷ୍ଟ୍ରେଲିଆ ଟେଷ୍ଟ ଟିମ୍‌ ଆଇସିସି ର଼୍ୟାଙ୍କିଂର ପ୍ରଥମ ସ୍ଥାନରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri