Posted inଖେଳ

ଭାରତକୁ ଚାପରେ ଦେଖିବା ଖୁସି ଦେଉଛି; ଏଣୁ ପୂର୍ବ ଖେଳାଳିଙ୍କ ସହ ପଡ଼ିଆକୁ ଓହ୍ଲାଇବ ଅଷ୍ଟ୍ରେଲିଆ: ଲାଙ୍ଗର

ମେଲବର୍ନ,୨୪।୧୨: ଭାରତ ବିପକ୍ଷରେ ଶନିବାର ଖେଲାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ଗୁରୁବାର ଅଷ୍ଟ୍ରେଲିଆର ପ୍ରମୁଖ କୋଚ୍‌ ଜଷ୍ଟିନ ଲାଙ୍ଗର ଏହା କହିଛନ୍ତି। ଆଡିଲେଡ୍‌ ଟେଷ୍ଟରେ ଭାରତକୁ ସର୍ବନିମ୍ନ ସ୍କୋର ୩୬ ରନ୍‌ରେ ଆଉଟ କରିବା ପରେ ଦଳ ୮ ଉଇକେଟରେ ବିଜେତା ହୋଇଥିଲା। ଏଭଳି ଚମତ୍କାର ପ୍ରଦର୍ଶନ କରିଥିବା ଟିମ୍‌ରେ ପରିବର୍ତ୍ତନର ଆବଶ୍ୟକତା ନାହିଁ। ଆମପାଇଁ ଭାରତକୁ ଚାପରେ ଦେଖିବା ଖୁସି ଦେଉଛି ବୋଲି ଲାଙ୍ଗର କହିଛନ୍ତି।

ଅଷ୍ଟ୍ରେଲିଆ ପାଇଁ ଖେଳୁଥିବା ସବୁ ଖେଳାଳି ନିଜର ଶ୍ରେଷ୍ଠ ଦେବାକୁ ଚାହାନ୍ତି। ଏହି ପ୍ରତିସ୍ପର୍ଦ୍ଧା କ୍ରିକେଟ ପାଇଁ ଭଲ। ସମସ୍ତ ଖେଳାଳିଙ୍କୁ ନିଜର ସ୍ଥାନ ବଜାୟ ରଖିବା ପାଇଁ ଭଲ ଖେଳିବାକୁ ପଡ଼ିବ। ଯଦି କୌଣସି ଅସୁବିଧା ଦେଖାଦିଏ ତେବେ ଖେଳାଳିରେ ପରିବର୍ତ୍ତନ କରାଯିବ। ନଚେତ ପୂର୍ବ ଖେଳାଳିଙ୍କ ସହ ଦଳ ପଡ଼ିଆକୁ ଓହ୍ଲାଇବ। ଭାରତୀୟ ଟିମ୍‌ରୁ ଦୁଇ ପ୍ରତିଭାବାନ ଖେଳାଳି ମହମ୍ମଦ ଶାମୀ ଏବଂ ବିରାଟ କୋହଲି ବାହାରେ ରହିବେ। ଏହା ଆମପାଇଁ ଲାଭଦାୟକ ହେବ। ପ୍ରଥମ ଦିନରୁ ଆମକୁ ଚାପ ପ୍ରୟୋଗ କରିବାକୁ ହେବ। କାରଣ ରାହାଣେ ନୂଆ ଅଧିନାୟକ। ଯେକୌଣସି ଟିମ୍‌ରେ ଭଲ ଖେଳାଳି ନ ରହିଲେ ଦଳ ଦୁର୍ବଳ ହୋଇଥାଏ। ଏହା ହିଁ ସତ୍ୟ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri