ଓଡ଼ିଶାରେ ପ୍ରଥମ ଘଟଣା: ନିଶାଦ୍ରବ୍ୟ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ନାବାଳକ

ଭୁବନେଶ୍ୱର,୧୧ା୧୧: ନିଶାଦ୍ରବ୍ୟ ଜବତ ମାମଲାରେ ଖୋର୍ଦ୍ଧା ଜୁଭେନାଇଲ ଜଷ୍ଟିସ ବୋର୍ଡ କୋର୍ଟରେ ରାୟ ପ୍ରକାଶ ପାଇଛି। ବିଚାରପତି ଚିନ୍ମୟ ରଥ ଏହି ମାମଲାର ବିଚାର କରି ଜଣେ ନାବାଳକଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ଶୁଣାଇଛନ୍ତି। ଏହି ଅପରାଧ ପାଇଁ ନାବାଳକଙ୍କୁ ୩ ବର୍ଷ ଦଣ୍ଡାଦେଶ ଶୁଣାଇବା ପରେ ତାଙ୍କୁ ବ୍ରହ୍ମପୁରରେ ଥିବା ସ୍ବତନ୍ତ୍ର ହୋମ୍‌କୁ ପଠାଇ ଦିଆଯାଇଛି।  ଅପରପକ୍ଷେ ନାବାଳକଙ୍କ ସଂସ୍କାରମୂଳକ ଆବଶ୍ୟକ ପଦକ୍ଷେପ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷା ,ଦକ୍ଷତା,ଆଚରଣରେ ସଂଶୋଧନ ଆଦି ସେବା ଯୋଗାଇଦେବାକୁ ପରାମର୍ଶ ଦିଆଯାଇଛି । ୧୧ ଜଣ ସାକ୍ଷୀ ଏବଂ ୪୪ ଟି ଦସ୍ତାବିଜ କୋର୍ଟ ରାୟ ଶୁଣାଇଥିଲେ। ତେବେ ନିଶାଦ୍ରବ୍ୟ ମାମଲାରେ ଜଣେ ନାବାଳକଙ୍କୁ ଦୋଷୀ ସାବ୍ୟସ୍ତ କରିବା ଓଡିଶାରେ ପ୍ରଥମ ଘଟଣା ବୋଲି ଏସ୍‌ଟିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ୨୦୨୧ରେ ବ୍ରାଉନସୁଗାର କାରବାର ଅଭିଯୋଗରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ହାତରେ ନାବାଳକଙ୍କ ସମେତ ୩ ଜଣ ଖୋର୍ଦ୍ଧା ବସ୍‌ଷ୍ଟାଣ୍ଡ ନିକଟରେ ଧରାପଡ଼ିଥିଲେ। ଯାଞ୍ଚ ସମୟରେ ସେମାନଙ୍କଠାରୁ ୧ କେଜି ୨୬୮ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିଲା। ଆର୍ଥିକ ଲାଭ ପାଇଁ ସେମାନେ ବ୍ରାଉନସୁଗାର କାରବାର କରୁଥିବା ଏସ୍‌ଟିଏଫ୍‌ ଆଗରେ ସ୍ବୀକାର କରିଥିଲେ। ଏହାପରେ ଏସ୍‌ଟିଏଫ୍‌ ଏନ୍‌ଡିପିଏସ୍‌ ମାମଲା ପଞ୍ଜୀକୃତ କରିଥିଲା। ଏହି ମାମଲାକୁ ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ରୁପା ରଞ୍ଜନ ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri