ଦୁର୍ଦ୍ଦାନ୍ତ ଅପରାଧିଙ୍କ ପୁଅ ଛୁରାମାଡ଼ କରି ଫେରାର

ଝାରସୁଗୁଡ଼ା ଅଫିସ୍‌, ୧୭।୧୦: ଝାରସୁଗୁଡା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧି ସୋନୁ ଘୋଷଙ୍କ ନାବାଳକଙ୍କ ପୁଅ ରବିବାର ପୁଣି ଜଣେ ଯୁବକଙ୍କୁ ଛୁରାମାଡ କରିଛନ୍ତି। ଫଳରେ ଯୁବକ ଜଣଙ୍କ ଆହତ ହୋଇ ପ୍ରଥମେ ମଣ୍ଡଲିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଛନ୍ତି। ଆହତ ଯୁବକ ଜଣଙ୍କ ହେଲେ ଲମଟିବାହାଲର ଶଙ୍କର ସାହୁ(୩୪) ବୋଲି ଜଣାପଡିଛି। ଛୁରାମାଡରେ ତାଙ୍କ ବାମ ହାତ ବାହୁରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଏନେଇ ଆହତ ଶଙ୍କରଙ୍କ ସାଥୀ ମନୋଜ ରାୟଙ୍କ ଅଭିଯୋଗକୁ ଭିତିକରି ପୋଲିସ୍‌ ବ୍ରଜରାଜନଗର ଥାନାରେ ଏକ ମାମଲା (ନଂ. ୩୦୦।୨୧) ରୁଜୁ କରିଛି। ଛୁରାମାଡ କରି ଫେରାର ଥିବା ନାବାଳକଙ୍କୁ ପୋଲିସ୍‌ ଧରିବା ପାଇଁ ତନାଘନା ଚଳାଇଛି। ଶଙ୍କର ଓ ମନୋଜ ଉଭୟ ବ୍ରଜରାଜନଗର ବଜାରରୁ ରାଶନ ସାମଗ୍ରୀ କିଣି ଏକ ବାଇକ୍‌ରେ ଷ୍ଟେଶନ ଛକ ଗଳିରେ ଘରକୁ ଫେରୁଥିଲେ। ଏହି ସମୟରେ ନାବାଳକ ଜଣଙ୍କ ତାଙ୍କୁ ଅଟକାଇ ଛୁରାମାଡ କରିଥିଲେ। ସୂଚନା ଥାଉକି ଗତ ଅଗଷ୍ଟ ୪ତାରିଖରେ ଜଣେ ସାଙ୍ଗଙ୍କ ସହିତ ମିଶି ନାବାଳକ ଜଣଙ୍କ ଜଣେ ଯୁବକଙ୍କୁ ଛୁରାମାଡ କରିଥିଲେ। ଏନେଇ ପୋଲିସ୍‌ ବ୍ରଜରାଜନଗର ଥାନାରେ ଏକ ମାମଲା (ନଂ. ୨୦୯/୨୧) ରୁଜୁ କରିଥିଲା। ପୁଣି ୩ ମାସ ପରେ ନାବାଳକ ଜଣଙ୍କ ଆଉ ଏକ ଘଟଣା ଘଟାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri