Posted inଜାତୀୟ

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ନାବାଳକ ପ୍ରେମିକ

ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ୧୭ ବର୍ଷୀୟ ବାଳକଙ୍କୁ ୟୁପି ପୋଲିସ ଗିରଫ କରିଛି।

ଗତ ୨ତାରିଖରେ କୋତଓ୍ବାଲିରୁ ୩୦ ବର୍ଷୀୟା ଗର୍ଭବତୀ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଥିଲା। ହେଲେ ଗିରଫ ନାବାଳକ ଏବଂ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। ସେମାନଙ୍କ ଘର କୋତଓ୍ବାଲିରେ। ଅନ୍ୟପକ୍ଷେ ନାବାଳକ ଜଣକ ଶିକ୍ଷୟିତ୍ରୀଙ୍କ ସହ ସମ୍ପର୍କ ରଖିବାକୁ କହିଥିଲେ। ହେଲେ ଶିକ୍ଷୟିତ୍ରୀ ଜଣଙ୍କ ଏଥିରେ ରାଜି ହୋଇ ନ ଥିଲେ। ହେଲେ ନାବାଳକ ଜଣକ ଜୁନ୍‌ ୧ରେ ଶିକ୍ଷୟିତ୍ରୀଙ୍କ ଘରକୁ ଯାଇଥିଲେ। ସେତିକିବେଳେ ଉତ୍ୟକ୍ତ ହୋଇ ଏକ ଲୁହା ରଡ୍‌ରେ ତାଙ୍କୁ ହତ୍ୟା କରିଥିଲେ। ଏପରି କି ହତ୍ୟାକୁ ଏକ ଦୁର୍ଘଟଣାର ରୂପ ଦେବା ପାଇଁ ନାବାଳକ ଜଣଙ୍କ ଶିକ୍ଷୟିତ୍ରୀଙ୍କ ବେଡ୍‌ରୁମ୍‌ରେ ଥିବା ଲକର୍‌ ଭାଙ୍ଗି ୫୦ ହଜାର ଟଙ୍କା ସାଙ୍ଗକୁ କିଛି ମୂଲ୍ୟବାନ ଜିନିଷ ଧରି ଫେରାର ହୋଇଯାଇଥିଲେ। ପୋଲିସ ଘଟଣାର ତଦନ୍ତ ପରେ ହତ୍ୟାକାଣ୍ଡରେ ସମ୍ପୃକ୍ତ ନାବାଳକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଅଭିଯୁକ୍ତ ନାବାଳକଙ୍କୁ ଜୁଭେନାଇଲ୍‌ ବୋର୍ଡ ପଠାଯିବ ବୋଲି ଥାନା ଅଧିକାରୀ ଶୌଳେଶ ପାଣ୍ଡେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri