ସରକାରୀ ସୁବିଧାରୁ ବଞ୍ଚିତ ମୁକବଧିର ନାବାଳକ

ପଲମ, ୨୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନ ସେରଗଡ଼ ପଞ୍ଚାୟତ ଉଫେର ଗ୍ରାମର ନାବାଳକ ଦିନମଣି ଜାନୀ । ବୟସ ୧୧ ବର୍ଷ । ସେ ଜଣେ ଭିନ୍ନକ୍ଷମ । ଜନ୍ମରୁ ମୁକବଧିର । ଭିନ୍ନକ୍ଷମ ହୋଇବି ଆଜି ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି । ତାଙ୍କର ବାପା ଦ୍ରୋଣ ଜାନୀ ଜଣେ ଗରିବ ଲୋକ । ଭଙ୍ଗା ଘରେ ବାପା, ମା’ଙ୍କ ସହିତ ଦିନମଣି ଦୟନୀୟ ଜୀବନ ବିତାଉଛନ୍ତି । ବର୍ଷେ ପୂର୍ବରୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ଭିନ୍ନକ୍ଷମ ପ୍ରମାଣପତ୍ର ଆଣିବା ଲାଗି ଦିନମଣିକୁ ନେଇ ତାଙ୍କର ବାପା ଦ୍ରୋଣ ଜାନୀ ଯାଇଥିଲେ । ହେଲେ ସେଠାରେ ଡାକ୍ତର ପ୍ରମାଣପତ୍ର ଦେବାକୁ ମନା କରିଦେଇଥିଲେ । ଫଳରେ ବାପପୁଅ ନିରାଶ ହୋଇ ଫେରିଆସିଥିଲେ। ନର୍ଲା ବ୍ଲକ ପ୍ରଶାସନ ନିକଟକୁ ମଧ୍ୟ ଯାଇଥିଲେ । ସେମାନେ କହିଲେ ଭିନ୍ନକ୍ଷମ ପ୍ରମାଣପତ୍ର ନ ଥିଲେ କୌଣସି ସରକାରୀ ସହାୟତା ମିଳିବ ନାହିଁ। ପ୍ରମାଣପତ୍ର ନ ଥିବାରୁ ବିଚରା ନାବାଳକ ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସରକାରୀ ସୁବିଧାରୁ ବଞ୍ଚିତ ହୋଇଛନ୍ତି । ଭିନ୍ନକ୍ଷମ ଭତ୍ତା ନାହିଁ କି ଅନ୍ୟାନ୍ୟ କିଛି ସୁବିଧା ପାଉନାହାନ୍ତି । ତାଙ୍କ ବାପା ଗରିବ ହୋଇଥିବାରୁ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି । ତେଣୁ ତାଙ୍କ ଭିନ୍ନକ୍ଷମ ପୁଅ ପ୍ରତି ପ୍ରଶାସନ ସହାୟତାର ହାତ ବଢାଇକୁ ତାଙ୍କ ପିତା ଓ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ଟଙ୍କା ଜମାକୁ ୪ବର୍ଷ ବିତିଗଲାଣି, ବୋରୱେଲରେ ବିଦ୍ୟୁତ ସଂଯୋଗ ନାହିଁ

କେସିଙ୍ଗା, ୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ଉଠା ଜଳସେଚନ ନିଗମ ଲିମିଟେଡ଼ ଦାରା ଗଭୀର କୂପ ଖୋଲିବା ପାଇଁ ଗତ୨୦୨୨-୨୩ ମସିହାରେ ଚାଷୀମାନଙ୍କୁ ଆହ୍ବାନ କରିଥିଲେ।…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri