ମହାନଦୀରେ ଭାସି ଯାଇ ନାବାଳକ ମୃତ, ଏବେ ବି ୨ ନିଖୋଜ

କଟକ ଅଫିସ,୧୦।୪: ମହାନଦୀ ଯୋବ୍ରାଠାରେ ଗାଧୋଇବା ବେଳେ ୩ଜଣ ନାବାଳକ ରବିବାର ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରେ ଜଣେ ନାବାଳକଙ୍କୁ ସ୍ଥାନୀୟ ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାହିଲ ଖାନ। ଏବେ ବି ଅନ୍ୟ ଦୁଇ ନାବାଳକଙ୍କ ପତ୍ତା ମିଳିପାରି ନାହିଁ।

ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ ଖାନ, ରାଜ ଓ ଛୋଟୁ ଗାଧୋଇବା ପାଇଁ ମହାନଦୀକୁ ଯାଇଥିଲେ। ସେତିକିବେଳେ ସେମାନେ ଭାସି ଯାଇଥିଲେ। ସେଠାରେ ଉପସ୍ଥିତ କିଛି ଲୋକ ସାହିଲଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲ ପଠାଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସାହିଲଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଅଗ୍ନିଶମ କର୍ମଚାରୀ, ଓଡ୍ରାଫ ଟିମ୍‌ ସହ ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତ