ଗେମ୍‌ ଖେଳିବା ପାଇଁ ମୋବାଇଲ ନ ଦେବାରୁ ସାଙ୍ଗକୁ ହତ୍ୟା

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଫ୍ରି ଫାୟାର ଖେଳକୁ ନେଇ ଜଣେ ନାବାଳକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପାଇ କୋରାପୁଟ ଟାଉନ ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

କୋରାପୁଟ ଅତିରିକ୍ତ ଏସ୍‌ପି ଉତ୍କଳ କେଶରୀ ଦାସଙ୍କ କହିବା ମୁତାବକ, ୩ ଜଣ ମିଶି ବିଦ୍ୟାଳୟ ନିକଟରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ହେଲେ ନାବାଳକ ଲୁଲୁ ଭୋଇ(୧୨) ଖେଳରେ ହାରିଯାଇଥିଲେ। ଅନ୍ୟପକ୍ଷେ ପାଖରେ ଉପସ୍ଥିତ ଥିବା ଲକି ମାଳୀ(୧୯) ଏବଂ ତାଙ୍କର ଜଣେ ସାଙ୍ଗ ଗେମ୍‌ ଖେଳିବା ପାଇଁ ନାବାଳକ ଲୁଲୁଙ୍କୁ ମୋବାଇଲ ଫୋନ୍‌ ମାଗିଥିଲେ। ହେଲେ ଲୁଲୁ ଫୋନ୍‌ ଦେବାକୁ ମନା କରିଦେଇଥିଲେ।

ଏନେଇ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା କ୍ରମେ ଉଗ୍ରରୂପ ନେଇଥିଲା। ଲକି ମାଳୀ ଏବଂ ତାଙ୍କ ସାଙ୍ଗ ଏକ ପଥରରେ ଲୁଲୁ ଭୋଇଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ଲୁଲୁ ଅଚେତ ହୋଇଯାଇଥିଲେ। ପରେ ସେମାନେ ଲୁଲୁଙ୍କୁ ନିକଟସ୍ଥ କୋଲାବ ଡ୍ୟାମ୍‌ରେ ଫିଙ୍ଗି ଦେଇଥିଲେ।

ଶୁକ୍ରବାର ପରିବାର ଲୋକେ ଖୋଜାଖୋଜି ପରେ ଡ୍ୟାମ୍‌ରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ଏନେଇ ଲୁଲୁଙ୍କ ମା’ କୋରାପୁଟ ଟାଉନ ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାଣ୍ଡରେ ସମ୍ପୃକ୍ତ ଲକିଙ୍କୁ ଗିରଫ କରିଥିବା ବେଳେ ଅନ୍ୟଜଣେ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri