ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

କେନ୍ଦୁଝର,୨୪ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ତେଲକୋଇ ଥାନା ଅନ୍ତର୍ଗତ ଧନୁର୍ଜୟପୁର ଗ୍ରାମର ଅଭିଯୁକ୍ତ ସମ୍ବାରି ଜୁଆଙ୍ଗ(୩୦)ଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡାରେ ଦଣ୍ଡିତ କରିଛନ୍ତି ।

ଘଟଣାରୁ ପ୍ରକାଶ ଯେ, ଗତ ତା ୧୨/୫/୨୦୨୩ ରେ ଦିନବେଳେ ଏକ ଶାରିରୀକ ଅକ୍ଷମ ନାବାଳିକା(୧୫) ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଆସାମୀ ତା’ ଘରେ ପଶି ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲେ।ଏହି ସମୟରେ ପୀଡିତାର ବାପା ପହଞ୍ଚି ଯିବାରୁ ଆସାମୀ ପୀଡିତାକୁ ଛାଡି ଦୌଡି ପଳାଇଥିଲା ଏବଂ ପୀଡିତା ତାଙ୍କ ବାପାକୁ ଘଟଣା ବିଷୟରେ କହିଥିଲେ। ଏହାପରେ ପୀଡିତାର ବାପା ତା ୧୩/୫/୨୦୨୩ ରିଖ ସକାଳେ ତେଲକୋଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତେଲକୋଇ ଥାନା କେଶ ରୁଜୁ ହୋଇ ୧୪ ତାରିଖରେ ଆସାମୀକୁ ଦଫା ୪୫୦/୩୭୬/୫୦୬ ଓ ପୋକ୍ସ ଧାରା ୬ ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ।

ସୋମବାର ଫାଷ୍ଟଟ୍ରାକ୍ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ୧୮ ଜଣ ସାକ୍ଷୀଙ୍କ ବୟାନ ଓ ପୋଲିସ ତଦନ୍ତକୁ ଭିତ୍ତି କରି ଆସାମୀକୁ ଉପରୋକ୍ତ ଦଣ୍ଡ ଶୁଣାଇବା ସହ ପୀଡିତାକୁ ୫ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିମନ୍ତେ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି । ସରକାରଙ୍କ ତରଫରୁ ସ୍ୱତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri