ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ମାମଲା: ୩ ଅଭିଯୁକ୍ତ ଗିରଫ

ଡେରାବିଶ,୨୯ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଚାନ୍ଦୋଳ ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍‌ ନେଇ ଗତ ଜୁନ୍‌ ୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା ।ଅଭିଯୋଗକୁ ଭିତ୍ତି କରି କେସ ନଂ ୩୨୩/୨୧ରେ ବିଭିନ୍ନ ଦଫାରେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ନେଇ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା ଆଜି ସଦର ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ପୀଡ଼ିତା ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ତାଙ୍କର ଅଶ୍ଳୀଳ ଭିଡିଓ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଭାଇରାଲ୍‌ ହେଉଥିଲା। ଏହି ଭିଡ଼ିଓ ଭାଇରାଲ୍‌ ଘଟଣାରେ ପଶ୍ଚିମବଙ୍ଗର ନଦିଆ ଜିଲା ଅଞ୍ଚଳର ଦୁଇ ଜଣ ଯୁବକ ମିଲନ ଏବଂ ମୁଲାୟମ୍‌ ଓ କଟକ ଜିଲା ସାଲେପୁର ଥାନା ଅଞ୍ଚଳର ଦେବଦତ୍ତ ବେହେରାଙ୍କ ସମେତ ଅନ୍ୟ କେତେଜଣ ସମ୍ପୃକ୍ତ ଥିବା ନେଇ ତଦନ୍ତ ସମୟରେ ଜଣାପଡ଼ିଥିଲା । ତେବେ ଏହି ଘଟଣାରେ ସମ୍ପୃକ୍ତ ମିଲନ, ମୁଲାୟମ ଓ ଦେବଦତ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ ଠାରୁ ଦୁଇଟି ମୋବାଇଲ୍‌ ଜବତ କରାଯାଇଥିବା ନେଇ ଏସ୍‌ଡିପିଓ  ସୂଚନା ଦେଇଛନ୍ତି।

ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପରିବାର ସହ ପଡ଼ିଶା ଘର ପରିବାରର ଦୀର୍ଘଦିନ ଜମିବାଡ଼ି କଳହ ଲାଗିରହିଛି। ତେବେ ମିଲନ ଓ ତାଙ୍କ ଭାଇ ମୁଲାୟମ ଏହି ଅଞ୍ଚଳରେ ରାଜମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ଏହାର ସୁଯୋଗ ନେଇ ଏହି ଭିଡ଼ିଓ ଉତ୍ତୋଳନ କରି ସମ୍ପୃକ୍ତ ପଡ଼ିଶା ଘରକୁ ଦେଇଥିଲେ। ତେବେ ପଡ଼ିଶା ଘର ସମେତ ସାଲେପୁରର ଦେବଦତ୍ତ ଓ ଅନ୍ୟ କେତେଜଣ ଏହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ୍‌ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ସଦର ଥାନାଧିକାରୀ ପବିତ୍ର ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri