ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ମାମଲା: ୩ ଅଭିଯୁକ୍ତ ଗିରଫ

ଡେରାବିଶ,୨୯ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଚାନ୍ଦୋଳ ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ୍‌ ନେଇ ଗତ ଜୁନ୍‌ ୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା ।ଅଭିଯୋଗକୁ ଭିତ୍ତି କରି କେସ ନଂ ୩୨୩/୨୧ରେ ବିଭିନ୍ନ ଦଫାରେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ନେଇ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା ଆଜି ସଦର ଥାନାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ପୀଡ଼ିତା ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ତାଙ୍କର ଅଶ୍ଳୀଳ ଭିଡିଓ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଭାଇରାଲ୍‌ ହେଉଥିଲା। ଏହି ଭିଡ଼ିଓ ଭାଇରାଲ୍‌ ଘଟଣାରେ ପଶ୍ଚିମବଙ୍ଗର ନଦିଆ ଜିଲା ଅଞ୍ଚଳର ଦୁଇ ଜଣ ଯୁବକ ମିଲନ ଏବଂ ମୁଲାୟମ୍‌ ଓ କଟକ ଜିଲା ସାଲେପୁର ଥାନା ଅଞ୍ଚଳର ଦେବଦତ୍ତ ବେହେରାଙ୍କ ସମେତ ଅନ୍ୟ କେତେଜଣ ସମ୍ପୃକ୍ତ ଥିବା ନେଇ ତଦନ୍ତ ସମୟରେ ଜଣାପଡ଼ିଥିଲା । ତେବେ ଏହି ଘଟଣାରେ ସମ୍ପୃକ୍ତ ମିଲନ, ମୁଲାୟମ ଓ ଦେବଦତ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ ଠାରୁ ଦୁଇଟି ମୋବାଇଲ୍‌ ଜବତ କରାଯାଇଥିବା ନେଇ ଏସ୍‌ଡିପିଓ  ସୂଚନା ଦେଇଛନ୍ତି।

ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ପରିବାର ସହ ପଡ଼ିଶା ଘର ପରିବାରର ଦୀର୍ଘଦିନ ଜମିବାଡ଼ି କଳହ ଲାଗିରହିଛି। ତେବେ ମିଲନ ଓ ତାଙ୍କ ଭାଇ ମୁଲାୟମ ଏହି ଅଞ୍ଚଳରେ ରାଜମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ଏହାର ସୁଯୋଗ ନେଇ ଏହି ଭିଡ଼ିଓ ଉତ୍ତୋଳନ କରି ସମ୍ପୃକ୍ତ ପଡ଼ିଶା ଘରକୁ ଦେଇଥିଲେ। ତେବେ ପଡ଼ିଶା ଘର ସମେତ ସାଲେପୁରର ଦେବଦତ୍ତ ଓ ଅନ୍ୟ କେତେଜଣ ଏହି ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ୍‌ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଏସ୍‌ଡିପିଓ ସୂଚନା ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ସଦର ଥାନାଧିକାରୀ ପବିତ୍ର ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri