ନାବାଳିକା ବଳାତ୍କାର ମାମଲା: ୧୦ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୧୯ ।୬: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଦୋଷୀ ସୁକୁରା ସିଂ(୪୦)ଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ୧୩ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଜରିମାନା ଅନାଦାୟ ଅଧିକ ୪ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଏହାସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ଆଇନ ସହାୟତା କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୫ ଜୁନ ୨୭ରେ ଝାରପୋଖରିଆ ଥାନା ଅଞ୍ଚଳର ଉକ୍ତ ନାବାଳିକା ଘରେ ଥିବା ସମୟରେ ସୁକୁରା ଜୋରଜବରଦସ୍ତ ତାଙ୍କୁ ନିକଟସ୍ଥ ଜିଆଣିବନ୍ଧକୁ ନେଇଯାଇ ସେଠାରେ ବଳାତ୍କାର କରିଥିଲେ। ଏନେଇ ୩୦ତାରିଖରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା (ନଂ.୮୭/୧୫) ରୁଜୁ କରିଥିଲା। ନାବାଳିକାଙ୍କ ଡାକ୍ତରୀମାଇନା ସହ ବୟାନ ସଂଗ୍ରହ କରିଥିଲା ପୋଲିସ। ଦୁଇଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରିଥିଲା। ସେହିଦିନଠାରୁ ଅଭିଯୁକ୍ତ ସୁକୁରା ବିଚାର ବିଭାଗୀୟ ହାଜତରେ ଥିଲେ। ୧୬ଜଣ ସାକ୍ଷୀଙ୍କ ବୟାନ, ପୋଲିସର ତଦନ୍ତ ଓ ଡାକ୍ତରୀ ରିପୋର୍ଟକୁ ଭିତ୍ତିକରି ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଅଭିନ୍ନ କୁମାର ପଟ୍ଟନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri