ନାବାଳିକା ବଳାତ୍କାର ମାମଲା: ୧୦ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୧୯ ।୬: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଦୋଷୀ ସୁକୁରା ସିଂ(୪୦)ଙ୍କୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ୧୩ ହଜାର ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଜରିମାନା ଅନାଦାୟ ଅଧିକ ୪ ମାସ ଜେଲ୍‌ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଏହାସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ଆଇନ ସହାୟତା କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୫ ଜୁନ ୨୭ରେ ଝାରପୋଖରିଆ ଥାନା ଅଞ୍ଚଳର ଉକ୍ତ ନାବାଳିକା ଘରେ ଥିବା ସମୟରେ ସୁକୁରା ଜୋରଜବରଦସ୍ତ ତାଙ୍କୁ ନିକଟସ୍ଥ ଜିଆଣିବନ୍ଧକୁ ନେଇଯାଇ ସେଠାରେ ବଳାତ୍କାର କରିଥିଲେ। ଏନେଇ ୩୦ତାରିଖରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା (ନଂ.୮୭/୧୫) ରୁଜୁ କରିଥିଲା। ନାବାଳିକାଙ୍କ ଡାକ୍ତରୀମାଇନା ସହ ବୟାନ ସଂଗ୍ରହ କରିଥିଲା ପୋଲିସ। ଦୁଇଦିନ ପରେ ଅଭିଯୁକ୍ତଙ୍କୁ ଗିରଫ କରି ଡାକ୍ତରୀମାଇନା ପରେ କୋର୍ଟ ଚାଲାଣ କରିଥିଲା। ସେହିଦିନଠାରୁ ଅଭିଯୁକ୍ତ ସୁକୁରା ବିଚାର ବିଭାଗୀୟ ହାଜତରେ ଥିଲେ। ୧୬ଜଣ ସାକ୍ଷୀଙ୍କ ବୟାନ, ପୋଲିସର ତଦନ୍ତ ଓ ଡାକ୍ତରୀ ରିପୋର୍ଟକୁ ଭିତ୍ତିକରି ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଅଭିନ୍ନ କୁମାର ପଟ୍ଟନାୟକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?