ଜୟପୁର ଚିଲ୍‌ଡ୍ରେନ୍ସ ହୋମ୍‌ରେ ନାବାଳକଙ୍କ ଆତ୍ମହତ୍ୟା

ଜୟପୁର,୨୩ା୭(ଡି.ଏନ.ଏ./ନି.ପ୍ର.)-କୋରାପୁଟ ଜିଲା ଜୟପୁରସ୍ଥିତ ସରକାରୀ ଚିଲ୍‌ଡ୍ରେନ୍ସ ହୋମ୍‌ (ଶିଶୁ ଯତ୍ନ ଭବନ)ରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଜଗନ୍ନାଥ ପରଜା(୧୨)। ସେ ବାଥ୍‌ରୁମ୍‌ର ସ୍କାଇଲାଇଟରେ ଗାମୁଛା ବାନ୍ଧି ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ଅନ୍ୟ ଅନ୍ତେବାସୀ ତାଙ୍କୁ ଦେଖି ତୁରନ୍ତ ତାଙ୍କ ବେକରୁ ଗାମୁଛା ବାହାରକରି ତଳକୁ ଓହ୍ଲାଇ ଆମ୍ବୁଲାନ୍ସ ଯୋଗେ ଜୟପୁର ଜିଲା ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ପ୍ରକାଶଯେ, କୋରାପୁଟ ବ୍ଲକ କରଞ୍ଜିଗୁଡ଼ା ଗ୍ରାମର ଜଗନ୍ନାଥ ଅନ୍ୟ ଅନ୍ତେବାସୀଙ୍କ ସହ ଏହି ଶିଶୁ ଯତ୍ନ ଭବନରେ ୫ବର୍ଷ ହେଲା ରହୁଥିଲେ। ଏଠାରେ ତାଙ୍କ ପାଠପଢା ବ୍ୟବସ୍ଥା କରାଯାଇଥିଲା। ଜଗନ୍ନାଥ ରହିଥିବା ଚିଲ୍‌ଡ୍ରେନ ହୋମ୍‌ରେ ୨୨ ଜଣ ଶିଶୁ ରହୁଥିଲେ। ଗୁରୁବାର ସକାଳ ସାଢେ ୮ଟା ବେଳେ ଜଗନ୍ନାଥ ଗାଧୋଇବାକୁ ଯାଉଛି କହି ବାଥ୍‌ରୁମ୍‌ରେ ପଶିଥିଲେ। ମାତ୍ର ସେଠାରେ ସେ ସ୍କାଇଲାଇଟ୍‌ରେ ଗାମୁଛା ବାନ୍ଧି ଏହାକୁ ବେକରେ ବାନ୍ଧି ଆତ୍ମହତ୍ୟା କରି ଦେଇଥିଲେ। ଅନ୍ୟ ଅନ୍ତେବାସୀ ଏହା ଜାଣିବା ପରେ ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଜିଲା ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଜଗନ୍ନାଥଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri