ନାବାଳକ ଆତ୍ମହତ୍ୟାକୁ ନେଇ ଖୋଲୁଛି ଗୁମର

ରାଜକନିକା,୨୬ା୧୧(ସଞ୍ଜୟ କୁମାର ଦାଶ): ନାବାଳକ ମୃତ୍ୟୁର ୧୩ ଦିନ ପରେ ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ତଥା ଓଳାଭର ପଞ୍ଚାୟତ ଦେଉଳସାହି ଗାଁରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।

ଗାଁର ସୁଜିତ ବେହୁରାଙ୍କ ନାବାଳକ ବଡ଼ପୁଅ କେନ୍ଦ୍ରାପଡ଼ା ଆଦର୍ଶ ବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷ ବାଣିଜ୍ୟ ବିଭାଗର ଛାତ୍ର ଥିଲେ। ଗତ ୧୨ତାରିଖରେ ନିଜ ଘରେ ବେକରେ ବେଡସିଟ୍‌ ଲଗାଇ ଆତ୍ମହତ୍ୟା କରିଥିଲେ। ହେଲେ ପରିବାର ଲୋକେ ଗାଁ ମୁରବୀଙ୍କ ପରାମର୍ଶରେ ମୃତଦେହକୁ ବ୍ୟବଚ୍ଛେଦ ନ କରି ପୋତି ଦେଇଥିଲେ। ପରବର୍ତ୍ତୀ ସମୟରେ ମୃତ ନାବାଳକଙ୍କ ମୋବାଇଲ୍‌ ଲକ୍‌ ଖୋଲିବାରେ ପ୍ରେମ ସମ୍ପର୍କକୁ ନେଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ। ଏ ନେଇ ପରିବାର ପକ୍ଷରୁ ନାବାଳକଙ୍କ ମା’ ରାଜଶ୍ରୀ ନାୟକ ରବିବାର ରାଜକନିକା ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଆଧାର କରି ଥାନାରେ ଏକ ମାମଲା ରୁଜୁ କରାଯାଇ ଘଟଣାସ୍ଥଳରେ କନିକା ତହସିଲଦାର ଅଶୋକ କୁମାର ଦେହୁରୀ, ରାଜକନିକା ଥାନା ଅଧିକାରୀ ଦାୟିତ୍ୱରେ ଥିବା ଆଳି ଆଇଆଇସି ସବ୍ୟସାଚୀ ଶତପଥୀ, ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ବାଦଲ କୁମାର ମହାନ୍ତି, ସାଇଣ୍ଟିଫିକ୍‌ ଟିମ୍‌, ରାଜକନିକା ଥାନା ଏସ୍‌ଆଇ ମାନସ କୁମାର ସାହୁ, ଏସ୍‌ଆଇ ଚିନ୍ମୟ କୁମାର ମହାନ୍ତି ଉପସ୍ଥିତି ରହି ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି।

ପରେ ପୋଲିସ ଏ ସମ୍ପର୍କରେ ଅଧିକ ତଦନ୍ତ ଆରମ୍ଭ କରିଛି। ଏ ନେଇ ନାବାଳକ ମା’ ରାଜଶ୍ରୀ ପୁଅ ମାନସିକ ଚାପରେ ଆସି ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣି ନାବାଳିକା ପ୍ରେମିକା ସମେତ ମା’,ବାପାଙ୍କ ନାମରେ ଏତଲା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri