ନାବାଳକ ଆତ୍ମହତ୍ୟାକୁ ନେଇ ଖୋଲୁଛି ଗୁମର

ରାଜକନିକା,୨୬ା୧୧(ସଞ୍ଜୟ କୁମାର ଦାଶ): ନାବାଳକ ମୃତ୍ୟୁର ୧୩ ଦିନ ପରେ ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ ତଥା ଓଳାଭର ପଞ୍ଚାୟତ ଦେଉଳସାହି ଗାଁରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।

ଗାଁର ସୁଜିତ ବେହୁରାଙ୍କ ନାବାଳକ ବଡ଼ପୁଅ କେନ୍ଦ୍ରାପଡ଼ା ଆଦର୍ଶ ବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷ ବାଣିଜ୍ୟ ବିଭାଗର ଛାତ୍ର ଥିଲେ। ଗତ ୧୨ତାରିଖରେ ନିଜ ଘରେ ବେକରେ ବେଡସିଟ୍‌ ଲଗାଇ ଆତ୍ମହତ୍ୟା କରିଥିଲେ। ହେଲେ ପରିବାର ଲୋକେ ଗାଁ ମୁରବୀଙ୍କ ପରାମର୍ଶରେ ମୃତଦେହକୁ ବ୍ୟବଚ୍ଛେଦ ନ କରି ପୋତି ଦେଇଥିଲେ। ପରବର୍ତ୍ତୀ ସମୟରେ ମୃତ ନାବାଳକଙ୍କ ମୋବାଇଲ୍‌ ଲକ୍‌ ଖୋଲିବାରେ ପ୍ରେମ ସମ୍ପର୍କକୁ ନେଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ। ଏ ନେଇ ପରିବାର ପକ୍ଷରୁ ନାବାଳକଙ୍କ ମା’ ରାଜଶ୍ରୀ ନାୟକ ରବିବାର ରାଜକନିକା ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଆଧାର କରି ଥାନାରେ ଏକ ମାମଲା ରୁଜୁ କରାଯାଇ ଘଟଣାସ୍ଥଳରେ କନିକା ତହସିଲଦାର ଅଶୋକ କୁମାର ଦେହୁରୀ, ରାଜକନିକା ଥାନା ଅଧିକାରୀ ଦାୟିତ୍ୱରେ ଥିବା ଆଳି ଆଇଆଇସି ସବ୍ୟସାଚୀ ଶତପଥୀ, ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ବାଦଲ କୁମାର ମହାନ୍ତି, ସାଇଣ୍ଟିଫିକ୍‌ ଟିମ୍‌, ରାଜକନିକା ଥାନା ଏସ୍‌ଆଇ ମାନସ କୁମାର ସାହୁ, ଏସ୍‌ଆଇ ଚିନ୍ମୟ କୁମାର ମହାନ୍ତି ଉପସ୍ଥିତି ରହି ଗଳିତ ମୃତଦେହକୁ କଢ଼ାଯାଇ ବ୍ୟବଚ୍ଛେଦ କରାଯାଇଛି।

ପରେ ପୋଲିସ ଏ ସମ୍ପର୍କରେ ଅଧିକ ତଦନ୍ତ ଆରମ୍ଭ କରିଛି। ଏ ନେଇ ନାବାଳକ ମା’ ରାଜଶ୍ରୀ ପୁଅ ମାନସିକ ଚାପରେ ଆସି ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣି ନାବାଳିକା ପ୍ରେମିକା ସମେତ ମା’,ବାପାଙ୍କ ନାମରେ ଏତଲା ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri