ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାର ୧୦ ବର୍ଷ ପରେ ବିବାହ ବନ୍ଧନରେ ଏହି ବ୍ୟାଡ୍‌ମିଣ୍ଟନ ତାରକା, ତାମିଲ ଅଭିନେତାଙ୍କ…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଭାରତର ଜଣେ ଶୀର୍ଷ ମାନ୍ୟତାପ୍ରାପ୍ତ ବ୍ୟାଡ୍‌ମିଣ୍ଟନ୍‌ ତାରକା ଜ୍ୱାଲା ଗୁଟ୍ଟା। ତାଙ୍କ କ୍ୟାରିୟରରେ ଭାରତ ପାଇଁ ଅନେକ ପଦକ ଜିତିଥିବା ଜ୍ୱାଲା ତାମିଲ ଅଭିନେତା ବିଷ୍ଣୁ ବିଶାଲଙ୍କ ହାତ ଧରିଛନ୍ତି। ଏହା ଜ୍ୱାଲାଙ୍କ ଦ୍ୱିତୀୟ ବିବାହ। ପୂର୍ବରୁ ସେ ବ୍ୟାଡମିଣ୍ଟନ ଖେଳାଳି ଚେତନ ଆନନ୍ଦଙ୍କୁ ବିବାହ କରିଥିଲେ। ଉଭୟଙ୍କ ମଧ୍ୟରେ ସମ୍ପର୍କ ଭଲ ନ ଥିବା ଯୋଗୁ ସେମାନେ ଅଲଗା ହୋଇଯାଇଥିବା କୁହାଯାଏ।

ଖେଳିବା ସମୟରେ ଜ୍ୱାଲା-ଚେତନ ପରସ୍ପରକୁ ଭଲପାଇ ବସିଥିଲେ। ଏହାପରେ ଉଭୟ ୨୦୦୫ ଜୁଲାଇ ୧୭ ତାରିଖରେ ବିବାହ କରିଥିଲେ। ଯେକୌଣସି ସମ୍ପର୍କ ହେଉନା କାହିଁକି ପରସ୍ପରର ଗ୍ରୋଥ୍‌ ପାଇଁ ସମ୍ମାନ ରହିବା ଆବଶ୍ୟକ । ଜଣେ ଅନ୍ୟଜଣଙ୍କ ଉପରେ ବିଶ୍ୱାସ କରିବା ଆବଶ୍ୟକ। ଯେତେବେଳେ କେହି କାହାକୁ ସମ୍ମାନ କରନ୍ତି ନାହିଁ ଦୂରତା ଦେଖାଦେଇଥାଏ ବୋଲି ଏକଦା ଜ୍ୱାଲା କହିଥିଲେ। ଉଭୟଙ୍କ ସମ୍ପର୍କରେ ତିକ୍ତତା ଆସିବା କାରଣରୁ ଉଭୟ ଅଲଗା ହେବାର ନିଷ୍ପତ୍ତି ନେଇଥିଲେ। ଚେତନଙ୍କଠାରୁ ସେ ୨୦୧୧ ଜୁନ୍‌ ୨୯ରୁ ଅଲଗା ହୋଇଯାଇଥିଲେ।

ଅପରପକ୍ଷେ ଜ୍ୱାଲା ଅଭିନେତା ବିଷ୍ଣୁଙ୍କୁ ଦୀର୍ଘ ସମୟ ଧରି ଡେଟ୍‌ କରିଆସୁଥିଲେ। ଦୁଇ ବର୍ଷ ପୂର୍ବେ ଉଭୟ ସୋସିଆଲ ମିଡିଆରେ ନିଜ ସମ୍ପର୍କକୁ ସାର୍ବଜନୀନ କରିଥିଲେ। ଏବେ ଉଭୟଙ୍କ ବିବାହ ଫଟୋ ବେଶ ଭାଇରାଲ ହେଉଛି। ପ୍ରଶଂସକମାନେ ଶୁଭେଚ୍ଛା ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?