ଭାଇରାଲ ହେଉଛି ଜ୍ୟୋତି-ମନୀଷଙ୍କ ଚାଟ୍‌

ଲକ୍ଷ୍ନୌ,୧୩ା୭: ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ହୋମଗାର୍ଡ କମାଣ୍ଡାଣ୍ଟ ମନୀଷ ଦୁବେଙ୍କ ମାମଲାରେ ଏକ ନୂଆ ମୋଡ଼ ଆସିଛି। ବରେଲିରେ ପୋଷ୍ଟ ହୋଇଥିବା ଏସ୍‌ଡିଏମ ଜ୍ୟୋତି ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଜିଲା କମାଣ୍ଡାଣ୍ଟ ମନୀଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ତଦନ୍ତ ରିପୋର୍ଟ ଯାଞ୍ଚ ଆରମ୍ଭ କରିଛନ୍ତି।

ସୋସିଆଲ ମିଡିଆରେ ଜ୍ୟୋତି ଏବଂ ମନୀଷଙ୍କ ଚାଟ୍‌ ଭାଇରାଲ ହେବା ପରେ ଡିଜି ହୋମଗାର୍ଡ ଏହି ମାମଲାରେ ଏଫ୍‌ଆଇଆର୍‌ ପଞ୍ଜୀକରଣ କରିବାକୁ ପରାମର୍ଶ ଦେଇଛନ୍ତି। ଜ୍ୟୋତିଙ୍କ ସହ ହୋଇଥିବା ସମ୍ପର୍କ ଏବଂ ମନୀଷଙ୍କ ବିରୋଧରେ ହୋଇଥିବା ଗୁରୁତର ଅଭିଯୋଗର ତଦନ୍ତ ଶେଷ ହୋଇଛି। ଏହି ଘଟଣାରେ ହୋମଗାର୍ଡ କମାଣ୍ଡାଣ୍ଟ ମନୀଷ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ଅନୁସନ୍ଧାନ ରିପୋର୍ଟକୁ ଭିତ୍ତିକରି ମନୀଷଙ୍କ ବିରୋଧରେ ଏଫ୍‌ଆଇଆର ଏବଂ ନିଲମ୍ବନ ପାଇଁ ସୁପାରିସ କରାଯାଇଛି। ଅନୁସନ୍ଧାନରୁ ଜଣାପଡିଛି ଯେ, ମନୀଷ ମୋବାଇଲରେ ଜ୍ୟୋତିଙ୍କୁ ତାଙ୍କ ସ୍ବାମୀ ଆଲୋକଙ୍କୁ ରାସ୍ତାରୁ ହଟାଇବାକୁ କହୁଥିଲେ। ପଚରାଉଚରା ବେଳେ ମନୀଷ କହିଛନ୍ତି, ସେ ଛାଡପତ୍ର ବିଷୟରେ କହୁଛନ୍ତି।

ସୋସିଆଲ ମିଡିଆରେ ଏକ ଭାଇରାଲ ଚାଟ୍‌ରେ ଜ୍ୟୋତିଙ୍କ ସୁଇପର ସ୍ବାମୀ ଆଲୋକଙ୍କୁ ରାସ୍ତାରୁ ହଟାଇବା କଥା। ପ୍ରକୃତରେ ଜ୍ୟୋତିଙ୍କ ସ୍ବାମୀ ଆଲୋକ ଡିଜି ହୋମଗାର୍ଡରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗରେ ଆଲୋକ ହତ୍ୟାକାଣ୍ଡର ଆଶଙ୍କା ପ୍ରକାଶ କରିଥିଲେ। ଆଲୋକ ଅଭିଯୋଗ କରିଛନ୍ତି ଯେ, ସ୍ତ୍ରୀ ଜ୍ୟୋତି ଏବଂ ମନୀଷ ମୋତେ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri