୧୬୮ ଛାତ୍ରୀଛାତ୍ରଙ୍କୁ ଜ୍ୟୋତି ଶିକ୍ଷାବୃତ୍ତି

ବାଲେଶ୍ୱର ଅଫିସ,୧୭।୩: ବାଲେଶ୍ୱର ଜିଲା ବାଲିଆପାଳସ୍ଥିତ ବାଲିଆପାଳ କଲେଜ ଅଫ୍‌ ଫିଜିକାଲ୍‌ ଏଜୁକେଶନ ପରିସରରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ (ଟିଏସ୍‌ଏଫ୍‌) ପକ୍ଷରୁ ଦୁଇ ଦିନିଆ ଗୋଷ୍ଠୀ ସମ୍ପର୍କ କାର୍ଯ୍ୟକ୍ରମ ‘ଅସ୍ମିତା’ ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌)ର ସିଏସ୍‌ଆର୍‌ ଅଭିଯାନର ଅଂଶ ସ୍ବରୂପ ବାଲିଆପାଳ ଓ ବସ୍ତା ଅଞ୍ଚଳର ୧୬୮ ଜଣ ପ୍ରତିଭାବାନ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରଙ୍କୁ ଟିଏସ୍‌ଏଫ୍‌ ପକ୍ଷରୁ ଜ୍ୟୋତି ଶିକ୍ଷା ବୃତ୍ତି ପ୍ରଦାନ କରାଯାଇଛି। ବିଭିନ୍ନ ବିଦ୍ୟାଳୟର ୧୧୫ ଜଣ ଛାତ୍ରୀଛାତ୍ରଙ୍କ ସମେତ ଆଖାପାଖ କଲେଜର ୫୩ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରାୟ ୮.୫୯ ଲକ୍ଷ ଟଙ୍କାର ଫେଲୋସିପ୍‌ ପ୍ରଦାନ କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଚୟନ କରିବା ଲାଗି ହୋଇଥିବା ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୧୩ ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ସ୍ବରୂପ ଟାବ୍‌ଲେଟ୍‌ ପ୍ରଦାନ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଆଖପାଖ ସ୍କୁଲର ୨୮ ଜଣ ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।
ପୁରସ୍କାର ବିତରଣ ଉତ୍ସବକୁ ଟିଏସ୍‌ଏଫ୍‌ର ମୁଖ୍ୟ ପ୍ରମୋଦ କୁମାର ପାତ୍ର ପରିଚାଳନା କରିଥିଲେ। ଅତିଥି ଭାବେ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ, ଏସ୍‌ପିପିଏଲ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରକାଶ ସିଂହ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଫେଲୋସିପ୍‌ ପ୍ରଦାନ କରିଥିଲେ। ଫେଲୋସିପ୍‌ରେ ନଗଦ ରାଶି ଭାବେ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରୀଙ୍କୁ ୩ହଜାର ୭୫୦ଟଙ୍କା ଓ ଅଣ ସ୍ନାତକ (ଅଣ୍ଡର ଗ୍ରାଜୁଏଟ୍‌) ପାଇଁ ୮ହଜାର ୫୦୦ ଟଙ୍କା ପ୍ରଦାନ କରାଯାଇଥିଲା। ଏହି ଅବସରରେ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ ଯୋଗ୍ୟତା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ପରୀକ୍ଷାରେ ଥରେ ପାସ୍‌ ହେବା ପରେ ନୂଆ ଫେଲୋସିପ୍‌ ପାଇବା ସହ ପରବର୍ତ୍ତୀ ବର୍ଷଗୁଡ଼ିକ ଲାଗି ତାହାର ନବୀକରଣ ପାଇଁ ଛାତ୍ରୀ କିମ୍ବା ଛାତ୍ରଜଣକ ଯୋଗ୍ୟତା ହାସଲ କରିଥାନ୍ତି। ପ୍ରତି ଶିକ୍ଷାବର୍ଷରେ ସ୍କୁଲ/ କଲେଜରେ ହେଉଥିବା ବାର୍ଷିକ ପରୀକ୍ଷାରେ ୪୫% ମାର୍କ ରଖିବାକୁ ମଧ୍ୟ ପଡ଼ିଥାଏ। ଶୁକ୍ରବାର ‘ଅସ୍ମିତା’ କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ଆଖାପାଖ ଗ୍ରାମର ପ୍ରାୟ ୫୦୦ ଚାଷୀ ଓ ମହିଳାମାନେ ଅଂଶଗ୍ରହଣ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?