Posted inଜାତୀୟ

ବ୍ଲାକ୍‌ଆଉଟ୍‌ ବେଳେ ପାକିସ୍ତାନ ସହ ସମ୍ପର୍କରେ ଥିଲେ ଜ୍ୟୋତି

ଚଣ୍ଡିଗଡ଼,୨୦ା୫: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରିବା ଅଭିଯୋଗରେ ଗିରଫ ହୋଇଥିବା ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ଅନ୍ୟ ୩ ଜଣ ସେମାନଙ୍କ ପାକ୍‌ ପରିଚାଳକମାନଙ୍କ ସହ ନିୟମିତ ଯୋଗସୂତ୍ରରେ ଥିଲେ। ଏପରିକି ନିକଟରେ ଭାରତ, ପାକିସ୍ତାନ ଲଢ଼େଇ ଉତ୍ତର ଭାରତରେ ବ୍ଲାକ୍‌ଆଉଟ୍‌ କରାଯିବା ସମୟରେ ମଧ୍ୟ ସେମାନେ ପାକିସ୍ତାନର ଗୋଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ରହିଥିଲେ ବୋଲି ସୁରକ୍ଷା ସଂସ୍ଥା ଦାବି କରିଛି।
ସିନ୍ଦୂରର ଦିନକ ପୂର୍ବରୁ ମେ’ ୬ରେ ଜ୍ୟୋତି ନୂଆଦିଲ୍ଲୀ ଯାଇ ପାକ୍‌ ଦୂତାବାସ ଅଧିକାରୀ ଡାନିସ୍‌ ଓ ଅନ୍ୟମାନଙ୍କୁ ଭେଟିଥିଲେ। ଅନ୍ୟମାନେ ମଧ୍ୟ ଅନୁରୂପ ଭାବେ ଯୋଗାଯୋଗରେ ଥିଲେ। ଗୁପ୍ତଚର ବୃତ୍ତି ଅଭିଯୋଗରେ ଗତ ୧୩ ତାରିଖରୁ ବର୍ତ୍ତମାନ ସୁଦ୍ଧା ହରିୟାଣା ପୋଲିସ ଉତ୍ତରପ୍ରଦେଶର ପାନିପତ୍‌ରୁ ନୌମାନ ଇଲାହି ନାମକ ଜଣେ ଗାର୍ଡ, କୈଥାଲର ଦେବେନ୍ଦର ସିଂ ଧିଲେଁା ଏବଂ ନୁହର ଅର୍ମାନଙ୍କ ସମେତ ହିସାରରୁ ଜ୍ୟୋତିଙ୍କୁ ଗିରଫ କରିଛି। ବିଭିନ୍ନ ସୁରକ୍ଷା ସଂସ୍ଥା ସେମାନଙ୍କୁ ଜେରା କରୁଛି। ଏମାନେ ସମସ୍ତେ ପାକିସ୍ତାନୀ ହ୍ୟାଣ୍ଡଲରଙ୍କ ପାଇଁ ଗୁପ୍ତଚରଗିରି କରୁଥିଲେ ଏବଂ ଭାରତର ଗୁରୁତ୍ୱପୂର୍ଣ୍ଣ ସାମରିକ ସ୍ଥଳର ସମ୍ବେଦନଶୀଳ ତଥ୍ୟ ପାକିସ୍ତାନ ପଠାଇଥିଲେ।
ଜ୍ୟୋତିଙ୍କ ବିରୋଧରେ ତଦନ୍ତ ଜାରି ରହିଥିବାବେଳେ ତାଙ୍କର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟକୁ ବ୍ଲକ୍‌ କରାଯାଇଛି। ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପୂର୍ବରୁ ଜ୍ୟୋତି ଅନେକ ଥର ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନକୁ ଯାଇଥିଲେ। ଆତଙ୍କବାଦ ଲିଙ୍କ୍‌କୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ତାଙ୍କୁ ଖୁବ୍‌ଶୀଘ୍ର ଜେରା କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri