Posted inଜାତୀୟ

ଏହି ମନ୍ତ୍ରଣାଳୟ ସମ୍ଭାଳିବେ ରାହୁଲଙ୍କ ପୂର୍ବତନ ଘନିଷ୍ଠ ସିନ୍ଧିଆ

ନୂଆଦିଲ୍ଲୀ,୭।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପୂର୍ବତନ ଘନିଷ୍ଠ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବିମାନ ଚଳାଚଳ ମନ୍ତ୍ରଣାଳୟ। ପୂର୍ବରୁ ଏହି ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ହର୍ଦୀପ ପୁରୀଙ୍କୁ ଦିଆଯାଇଛି ସହରାଞ୍ଚଳ ବିକାଶ ଓ ପେଟ୍ରୋଲିୟମ ମନ୍ତ୍ରଣାଳୟର ଦାୟିତ୍ୱ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ୩୬ ନୂଆ ମନ୍ତ୍ରୀଙ୍କ ମଧ୍ୟରେ ଅନ୍ୟତମ ହେଉଛନ୍ତି ସିନ୍ଧିଆ। ୧୯୭୧ରେ ଜନ୍ମ ଗ୍ରହଣ କରିଥିବା ସିନ୍ଧିଆ ହାର୍ଭଡ ଓ ଷ୍ଟାନଫର୍ଡ ଭଳି ବିଶ୍ୱ ପ୍ରଖ୍ୟାତ ଶିକ୍ଷାନୁଷ୍ଠାନରେ ଶିକ୍ଷା ଗ୍ରହଣ କରିଥିଲେ। ଏକ ବିମାନ ଦୁର୍ଘଟଣାରେ ତାଙ୍କ ବାପା ମାଧବରାଓ ସିନ୍ଧିଆଙ୍କ ମୃତ୍ୟୁ ପରେ ପ୍ରଥମ ଥର ପାଇଁ ଓହ୍ଲାଇଥିଲେ ନିର୍ବାଚନ ମୈଦାନକୁ। କଂଗ୍ରେସ ପ୍ରାର୍ଥୀ ଭାବେ ୨୦୦୨ରେ ଲଢ଼ିଥିଲେ ଉପନିର୍ବାଚନ। କଂଗ୍ରେସର ଟାଣୁଆ ନେତା ଭାବେ ନିଜକୁ ପ୍ରତିଷ୍ଠିତ କରିସାରିଥିବା ସିନ୍ଧିଆ ୨୦୨୦ ମାର୍ଚ୍ଚରେ ଦଳରୁ ଇସ୍ତଫା ଦେଇଥିଲେ। ତାଙ୍କର ଏହି ନିଷ୍ପତ୍ତି ଯୋଗୁ ୧୫ ମାସ ମଧ୍ୟରେ ଭୁଷୁଡ଼ି ଯାଇଥିଲା କମଲ ନାଥଙ୍କ ନେତୃତ୍ୱାଧୀନ ମଧ୍ୟପ୍ରଦେଶ ସରକାର। ସିନ୍ଧିଆଙ୍କ ସହ ୨୨ ଜଣ ବିଧାୟକ ଭାଜପାରେ ଯୋଗଦେଲେ। ଫଳରେ ସରକାର ଗଢ଼ିଲା ଭାଜପା।

ଅନ୍ୟପକ୍ଷରେ କୋଭିଡ୍‌-୧୯ ମହାମାରୀ ଯୋଗୁ ପୂର୍ବତନ ବିମାନ ଚଳାଚଳ ମନ୍ତ୍ରୀ ପୁରୀଙ୍କୁ ସମ୍ମୁଖୀନ ହେବାକୁ ପଡ଼ିଥିଲା କଠିନ ପରିସ୍ଥିତିର। ହସ୍ପିଟାଲିଟି ଇଣ୍ଡଷ୍ଟ୍ରି ଓ ଭ୍ରମଣ କ୍ଷେତ୍ରରେ ବାଧକ ସାଜିଥିଲା କୋଭିଡ୍‌-୧୯। ପୂରା ବିଶ୍ୱରେ ବିମାନ ଚଳାଚଳ ହ୍ରାସ ପାଇବାରୁ ବିମାନ କମ୍ପାନୀଗୁଡ଼ିକକୁ ସଂଘର୍ଷ କରିବାକୁ ପଡ଼ିଥିଲା। ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଗତ ମାସରେ ପ୍ରକାଶ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା ଯେ, ଚଳିତ ବର୍ଷ ଜାନୁୟାରୀରୁ ଅପ୍ରିଲ ମଧ୍ୟରେ ୨୯୧ ଲକ୍ଷ ଯାତ୍ରୀ ଘରୋଇ ଏୟାରଲାଇନ ବ୍ୟବହାର କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ ୧୧.୬୫ ପ୍ରତିଶତ କମ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri