Posted inଜାତୀୟ

ଏହି ମନ୍ତ୍ରଣାଳୟ ସମ୍ଭାଳିବେ ରାହୁଲଙ୍କ ପୂର୍ବତନ ଘନିଷ୍ଠ ସିନ୍ଧିଆ

ନୂଆଦିଲ୍ଲୀ,୭।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପୂର୍ବତନ ଘନିଷ୍ଠ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ମିଳିଛି ବିମାନ ଚଳାଚଳ ମନ୍ତ୍ରଣାଳୟ। ପୂର୍ବରୁ ଏହି ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ହର୍ଦୀପ ପୁରୀଙ୍କୁ ଦିଆଯାଇଛି ସହରାଞ୍ଚଳ ବିକାଶ ଓ ପେଟ୍ରୋଲିୟମ ମନ୍ତ୍ରଣାଳୟର ଦାୟିତ୍ୱ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ୩୬ ନୂଆ ମନ୍ତ୍ରୀଙ୍କ ମଧ୍ୟରେ ଅନ୍ୟତମ ହେଉଛନ୍ତି ସିନ୍ଧିଆ। ୧୯୭୧ରେ ଜନ୍ମ ଗ୍ରହଣ କରିଥିବା ସିନ୍ଧିଆ ହାର୍ଭଡ ଓ ଷ୍ଟାନଫର୍ଡ ଭଳି ବିଶ୍ୱ ପ୍ରଖ୍ୟାତ ଶିକ୍ଷାନୁଷ୍ଠାନରେ ଶିକ୍ଷା ଗ୍ରହଣ କରିଥିଲେ। ଏକ ବିମାନ ଦୁର୍ଘଟଣାରେ ତାଙ୍କ ବାପା ମାଧବରାଓ ସିନ୍ଧିଆଙ୍କ ମୃତ୍ୟୁ ପରେ ପ୍ରଥମ ଥର ପାଇଁ ଓହ୍ଲାଇଥିଲେ ନିର୍ବାଚନ ମୈଦାନକୁ। କଂଗ୍ରେସ ପ୍ରାର୍ଥୀ ଭାବେ ୨୦୦୨ରେ ଲଢ଼ିଥିଲେ ଉପନିର୍ବାଚନ। କଂଗ୍ରେସର ଟାଣୁଆ ନେତା ଭାବେ ନିଜକୁ ପ୍ରତିଷ୍ଠିତ କରିସାରିଥିବା ସିନ୍ଧିଆ ୨୦୨୦ ମାର୍ଚ୍ଚରେ ଦଳରୁ ଇସ୍ତଫା ଦେଇଥିଲେ। ତାଙ୍କର ଏହି ନିଷ୍ପତ୍ତି ଯୋଗୁ ୧୫ ମାସ ମଧ୍ୟରେ ଭୁଷୁଡ଼ି ଯାଇଥିଲା କମଲ ନାଥଙ୍କ ନେତୃତ୍ୱାଧୀନ ମଧ୍ୟପ୍ରଦେଶ ସରକାର। ସିନ୍ଧିଆଙ୍କ ସହ ୨୨ ଜଣ ବିଧାୟକ ଭାଜପାରେ ଯୋଗଦେଲେ। ଫଳରେ ସରକାର ଗଢ଼ିଲା ଭାଜପା।

ଅନ୍ୟପକ୍ଷରେ କୋଭିଡ୍‌-୧୯ ମହାମାରୀ ଯୋଗୁ ପୂର୍ବତନ ବିମାନ ଚଳାଚଳ ମନ୍ତ୍ରୀ ପୁରୀଙ୍କୁ ସମ୍ମୁଖୀନ ହେବାକୁ ପଡ଼ିଥିଲା କଠିନ ପରିସ୍ଥିତିର। ହସ୍ପିଟାଲିଟି ଇଣ୍ଡଷ୍ଟ୍ରି ଓ ଭ୍ରମଣ କ୍ଷେତ୍ରରେ ବାଧକ ସାଜିଥିଲା କୋଭିଡ୍‌-୧୯। ପୂରା ବିଶ୍ୱରେ ବିମାନ ଚଳାଚଳ ହ୍ରାସ ପାଇବାରୁ ବିମାନ କମ୍ପାନୀଗୁଡ଼ିକକୁ ସଂଘର୍ଷ କରିବାକୁ ପଡ଼ିଥିଲା। ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଗତ ମାସରେ ପ୍ରକାଶ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା ଯେ, ଚଳିତ ବର୍ଷ ଜାନୁୟାରୀରୁ ଅପ୍ରିଲ ମଧ୍ୟରେ ୨୯୧ ଲକ୍ଷ ଯାତ୍ରୀ ଘରୋଇ ଏୟାରଲାଇନ ବ୍ୟବହାର କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ ୧୧.୬୫ ପ୍ରତିଶତ କମ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri