Posted inଜାତୀୟ

ମୋଦିଙ୍କ କ୍ୟାବିନେଟ ସମ୍ପ୍ରସାରଣ: ସିନ୍ଧିଆଙ୍କ ଉପରେ ସଭିଙ୍କ ନଜର

ନୂଆଦିଲ୍ଲୀ,୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମ୍ପ୍ରସାରଣ ବୁଧବାର କରାଯାଇଛି । ତେବେ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏଥିରେ ସ୍ଥାନ ଦିଆଯାଇଛି । ଯାହା ଏବେ ଚର୍ଚ୍ଚାକୁ ଆସିଛି । ମଧ୍ୟପ୍ରଦେଶରେ ଭାଜପାକୁ ଫେରାଇ ଆଣିବାରେ ସିନ୍ଧିଆଙ୍କର ବଡ ଭୂମିକା ଥିବା ବେଳେ ବୁଧବାର ସନ୍ଧ୍ୟାରେ ସେ ରାଷ୍ଟ୍ରପତି ଭବନରେ ମନ୍ତ୍ରୀ ପଦର ଶପଥ ନେଇଛନ୍ତି । ଏଥିରେ ସିନ୍ଧିଆଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ମିଳିଛି । ଗ୍ୱାଲିୟର ରାଜପରିବାରର ସୁପୁତ୍ର ଜ୍ୟୋତିରାଦିତ୍ୟ ପଞ୍ଚମ ଥର ଲାଗି ସଂସଦ ଯାଇଛନ୍ତି । ତାଙ୍କ ପିତା ମାଧବରାଓ ସିନ୍ଧିଆ କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ । ମାଦବରାଓ ସିନ୍ଧିଆ ୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ବେସାମରିକ ବିମାନ ଚଳାଚଳ ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ସମ୍ଭାଳିଥିଲେ । ଏହାପରେ ମନମୋହନ ସିଂଙ୍କ ସରକାର ଅମଳରେ ତାଙ୍କ ବିଭାଗ ପରିବର୍ତ୍ତନ ହୋଇଯାଇଥିଲା । ଏବେ ପିତାଙ୍କ ଭଳି ଦୀର୍ଘ ୩୦ ବର୍ଷ ପରେ ଜ୍ୟୋତିରାଦିତ୍ୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସମ୍ଭାଳିବାକୁ ଯାଉଥିବାରୁ ସମସ୍ତଙ୍କ ନଜର ତାଙ୍କ ଉପରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri