Posted inଖେଳ

ଜ୍ୟୋତ୍ସ୍ନା କ୍ୱାର୍ଟର ଫାଇନାଲରେ

କାଇରୋ, ୧୫।୧୦- ଭାରତର ଆଗଧାଡ଼ିର ସ୍କ୍ବାଶ୍‌ ତାରକା ଜ୍ୟୋତ୍ସ୍ନା ଚିନ୍ନାପ୍ପା ଇଜିପ୍ଟିଆନ ଓପନ ସ୍କ୍ବାଶ୍‌ ଚାମ୍ପିୟନଶିପ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଗତ ୬ ମାସ ମଧ୍ୟରେ ପ୍ରଥମ ଟୁର୍ନାମେଣ୍ଟ ଖେଳୁଥିବା ଜ୍ୟୋତ୍ସ୍ନା ସ୍ଥାନୀୟ ଖେଳାଳି ଫରିଦା ମହମ୍ମଦଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ। ଶେଷରେ ବିଶ୍ୱର ୧୧ ନମ୍ବର ଏହି ଭାରତୀୟ ଖେଳାଳି ୩୮ତମ ର଼୍ୟାଙ୍କପ୍ରାପ୍ତ ଫରିଦାଙ୍କୁ ୧୧-୭, ୧୧-୬, ୭-୧୧, ୧୦-୧୨, ୧୧-୯ ପଏଣ୍ଟରେ ହରାଇବାକୁ ସକ୍ଷମ ହୋଇଥିଲେ। କ୍ୱାର୍ଟର ଫାଇନାଲରେ ସେ ବିଶ୍ୱର ୨ ନମ୍ବର ଖେଳାଳି ନୁର୍‌ ଇ ଶେର୍ବିନିଙ୍କୁ ଭେଟିବେ। ଜ୍ୟୋତ୍ସ୍ନା ପ୍ରଥମ ୨ ରାଉଣ୍ଡ ଜିତିଥିଲେ ହେଁ ଫରିଦା ସଫଳ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ୨ ରାଉଣ୍ଡରେ ବିଜୟୀ ହୋଇଥିଲେ। ଫଳରେ ୫ମ ତଥା ନିର୍ଣ୍ଣାୟକ ରାଉଣ୍ଡ ଉପରେ ସମସ୍ତଙ୍କ ନଜର ରହିଥିଲା। ଏଥିରେ ଅଭିଜ୍ଞତାର ଉପଯୋଗ କରି ବାଜି ମାରିଥିଲେ ଏହି ଭାରତୀୟ ମହିଳା ଖେଳାଳି। ଅନ୍ୟପକ୍ଷରେ ଭାରତର ସବର୍ବୋଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ପୁରୁଷ ଖେଳାଳି ସୌରଭ ଘୋଷାଲ କିନ୍ତୁ ତୃତୀୟ ରାଉଣ୍ଡରେ ହାରି ବିଦାୟ ନେଇଛନ୍ତି। ସେ ଇଜିପ୍ଟର ମେଜାନ ହାସହେମ୍‌ଙ୍କଠାରୁ ୮-୧୧, ୯-୧୧, ୮-୧୧ ପଏଣ୍ଟରେ ହାରି ଯାଇଛନ୍ତି। ଗତ ମାର୍ଚ୍ଚରେ କରୋନା ସଂକ୍ରମଣ ପରେ ଘୋଷାଲଙ୍କ ପାଇଁ ମଧ୍ୟ ଏହା ପ୍ରଥମ ମ୍ୟାଚ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?