କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ ୨ ବ୍ଲକ  ଅଞ୍ଚଳରେ ଏକାଧିକ ବୃକ୍ଷ ଉପୁଡ଼ି ରାସ୍ତା ଅବରୋଧ ଓ ଘର ଭାଙ୍ଗିବା ଘଟଣା ନଜରକୁ ଆସିଛି। ଘଣ୍ଟାକୁ ପ୍ରାୟ ୫୦ ରୁ ୬୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଛି। ଯାହାଫଳରେ ନନ୍ଦପୁର ବ୍ଲକର ଜୟପୁର-ବିଶାଖାପାଟଣା ସଂଯୋଗୀ ରାଜ୍ୟ ରାଜପଥର ମସୁରୀ ଗ୍ରାମ ନିକଟ ରାସ୍ତା ଉପରେ ଏକ ବିରାଟ ଚାଖୁଣ୍ଡା ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଥିଲା। ନନ୍ଦପୁର ଅଗ୍ନିଶମ ବାହିନୀ କେନ୍ଦ୍ରାଧିକାରୀ ହେମନ୍ତ କୁମାର ସାମଲଙ୍କ ନେତତ୍ୱରେ ତାଙ୍କ ଟିମ୍‌ ପହଞ୍ଚି ପଡିଥିବା ଗଛକାଟି ରାସ୍ତା  ଅବରୋଧ ହଟିଥିଲା।
ବ୍ଲକର ବାଡେଲ, ଅତଣ୍ଡା, ବିଲାପୁଟ, ଭେଜା, ବାଲଡ଼ା ଆଦି ପଞ୍ଚାୟତ ଅନ୍ଧାରରେ ଥିବା ସୂଚନା ମିଳିଛି। ଟିପି ଏସ୍‌ଓଡିଏଲ ଯନ୍ତ୍ରୀ ପ୍ରଭୁ ମଲ୍ଲିକ କାଳବୈଶାଖୀକୁ ନଜରରେ ରଖି ଏକାଧିକ ଫିଡର୍‌ରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ପରବର୍ତ୍ତୀ ସମୟରେ କ୍ଷୟକ୍ଷତିର ସୂଚନା ଦିଆଯିବ ବୋଲି କହିଛନ୍ତି।
ସେହିଭଳି ଲମତାପୁଟ ବ୍ଲକର ବଡ଼ସଗର ଗାଁରେ ପୁରାତନ ଗଛ ଉପୁଡି ପଡି ଘର ଉପରେ ପଡିଛି। ବର୍ଷା ଓ ପବନ ଯୋଗୁ ଲାମତାପୁଟ ଅଞ୍ଚଳରେ କିଛି ସମୟ ପାଇଁ ରାସ୍ତାରେ ଲୋକଙ୍କ ଯାତାୟାତ ସମ୍ପୂର୍ଣ୍ଣ ଠପ ହୋଇଯାଇଥିଲା। ବର୍ଷା ଛାଡିବା ପରେ ଲମତାପୁଟ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ବଡସଗର ଗାଁରେ ପହଞ୍ଚି ଘର ଉପରେ ପଡ଼ିଥିବା ଗଛଗୁଡିକ କାଟି ସଫା ସଫା କରିଥିବା ଦେଖିବାକୁ ମିଳିଛି । ପରିସ୍ଥିତି ପ୍ରତି ନଜର ରଖାଯାଇଥିବା ନନ୍ଦପୁର ତହସିଲଦାର ଦେବବ୍ରତ ମହାରଣା ଓ ଲମତାପୁଟ ତହସିଲଦାର ଦିବାକର ବାଗ ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri