କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ ରକ୍ତକୁ ପାଣି କରି ରୋଜଗାର କରିଥିବା ଅର୍ଥରେ ମୁଣ୍ଡ ଗୁଞ୍ଜିବା ପାଇଁ ଗଢ଼ିଥିବା ସପ୍ନର ଘରକୁ ମାତ୍ର କେତେକ ମିନିଟ୍‌ର କାଳବୈଶାଖୀ ପବନ ଉଡ଼ାଇ ନେଇଛି।

ସୂଚନା ଅନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟାରେ ଆସିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଝଡ଼ରେ ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ଘଟିଛି।

ଗୁଣୁପୁର ଅଞ୍ଚଳର କାଠଘରା ଗ୍ରାମର ସ୍ୱର୍ଗତ ରାମକୃଷ୍ଣ ନାଏକଙ୍କ ପୁଅ ଗଜିନ୍ଦ୍ର ନାଏକଙ୍କ ସପ୍ନର ଘର ଏହି ଝଡ଼ରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ଚୁରମାର୍ ହୋଇଯାଇଛି। ଗଜିନ୍ଦ୍ର କେରଳରେ ଦାଦନ ଶ୍ରମିକ ଭାବେ କାମ କରି ଅତ୍ୟନ୍ତ କଷ୍ଟରେ ରୋଜଗାର କରିଥିବା ଅର୍ଥରେ ଏହି ଆଜବେଷ୍ଟସ ଘରଟି ନିର୍ମାଣ କରିଥିଲେ। ସେ ତାଙ୍କ ସ୍ତ୍ରୀ ମାଳତି, ପୁଅ ସୌମ୍ୟରଞ୍ଜନ ଓ ଝିଅ ଦୀପାଞ୍ଜଳିଙ୍କ ସହ ସେଠାରେ ରହୁଥିଲେ।

ପୂର୍ବରୁ ପିତାଙ୍କ ଦେହାନ୍ତ ପରେ ସରକାରୀ ଯୋଜନାରେ ମିଳିଥିବା ଛୋଟ ଘରରେ ତାଙ୍କ ଚାରି ସାନଭାଇ ଓ ମାଆ ରହୁଥିବାବେଳେ, ଗଜିନ୍ଦ୍ରଙ୍କ ଏହି ନିଜସ୍ୱ ଘର ଭାଙ୍ଗିଯିବାରୁ ସମଗ୍ର ପରିବାର ଏବେ ଖୋଲା ଆକାଶ ତଳେ ଆଶ୍ରୟ ନେବାକୁ ବାଧ୍ୟ ହୋଇଛି।

ସେହିପରି ଗୁଣୁପୁର ପଞ୍ଚାୟତ ଅନ୍ତର୍ଗତ ହାର୍ଡଖୁର୍ସି ଗ୍ରାମର ପାଲୁ ମାଝୀ, କନିଷ୍ଠ ମାଝୀ ଓ ସୁଭଦ୍ରା ମାଝୀଙ୍କ ଘରର ଛାତ ଆଜବେଷ୍ଟସ ଉଡ଼ିଯାଇ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ସେମାନେ ମଧ୍ୟ ବାସହୀନ ହୋଇପଡ଼ିଛନ୍ତି।

ଏନେଇ ଗୁଣୁପୁର ଆର୍‌ଆଇ ଅଞ୍ଜନ କୁମାର ନାଏକଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ସରକାରୀ ନିୟମ ଅନୁଯାୟୀ ତୁରନ୍ତ ତଦନ୍ତ କରି ପ୍ରଭାବିତ ପରିବାରମାନଙ୍କୁ ପ୍ରାଥମିକ ସହାୟତା ଯୋଗାଇ ଦିଆଯିବ।

ଅନ୍ୟପଟେ, ସିଲେଟ ପଞ୍ଚାୟତର ମୁଷପଞ୍ଜା ରାସ୍ତାରେ ଏକ ବିରାଟ ତେନ୍ତୁଳି ଗଛ ଭାଙ୍ଗି ପଡ଼ିବାରୁ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି ଓ ଅନେକ ଯାନବାହନ ଅଟକି ରହିଛି।

ସ୍ଥାନୀୟ ଲୋକମାନଙ୍କ ଦାବି ଅନୁଯାୟୀ, ପ୍ରଶାସନ ଓ ତହସିଲ ବିଭାଗ ତୁରନ୍ତ କ୍ଷତିଗ୍ରସ୍ତ ଅଞ୍ଚଳରେ ଗସ୍ତ କରି କ୍ଷୟକ୍ଷତି ଆକଳନ କରି ସରକାରୀ ସହାୟତା ଯୋଗାଇବା ସହ ରାସ୍ତାରୁ ଗଛ ହଟାଇ ଯାତାୟାତ ସୁବିଧା ସାଧାରଣ କରିବା ଓ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବା ଆବଶ୍ୟକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri