ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ବଢ଼ୁଛି ବିବାଦ: ଦିଲ୍ଲୀ-ୟୁପିରେ ମାମଲା ରୁଜୁ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫।୭: ଡକ୍ୟୁମେଣ୍ଟାରୀ ଫିଲ୍ମ ‘କାଳୀ’ଙ୍କ ପୋଷ୍ଟରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଫିଲ୍ମ ନିର୍ମାତା ଲୀନା ମଣିମେକଲଇଙ୍କ ଡକ୍ୟୁମେଣ୍ଟାରୀ ଫିଲ୍ମର ପୋଷ୍ଟରରେ ମା’ କାଳୀଙ୍କୁ ସିଗାରେଟ୍‌ ଟାଣୁଥିବାର ଦେଖିବାକୁ ମିଳିଥିଲା। ଏଥିସହ ଆଉ ଗୋଟିଏ ହାତରେ ଏଲ୍‌ଜିବିଟି ସମ୍ପ୍ରଦାୟର ପତାକା ମଧ୍ୟ ଧରିଥିବା ନଜର ଆସିଛି। ଏହି ବିବାଦୀୟ ପୋଷ୍ଟରକୁ ନେଇ ଏବେ ବିବାଦ ଥମିବାର ନା ନେଉନି। ବର୍ତ୍ତମାନ ଏହି ମାମଲା ଏବେ ପୋଲିସ ପାଖରେ ପହଞ୍ଚିଛି। ସୂଚନାଯୋଗ୍ୟ, ଦିଲ୍ଲୀ ପୋଲିସର ଆଇଏଫ୍‌ଏସ୍‌ଓ ୟୁନିଟ ଫିଲ୍ମ ମା’ କାଳୀଙ୍କ ବିବାଦୀୟ ପୋଷ୍ଟରକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦିଲ୍ଲୀ ପୋଲିସ ଧାରା ୧୫୩ଏ ଏବଂ ୨୯୫ଏ ଅନୁଯାୟୀ ଏକ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି। ସୂଚନା ମୁତାବକ, କାଳୀ ମା’ଙ୍କ ପୋଷ୍ଟରକୁ ନେଇ ବିବାଦ ସମ୍ପର୍କରେ ଦିଲ୍ଲୀ ପୋଲିସ ଦୁଇଟି ଅଭିଯୋଗ ପାଇଥିଲା। ଗୋଟିଏ ଅଭିଯୋଗ ନୂଆଦିଲ୍ଲୀ ଜିଲାରୁ ଏବଂ ଅନ୍ୟଟି ଆଇଏଫ୍‌ଏସ୍‌ଓରୁ, ଯାହା ସାଇବର ଅପରାଧ ସହ ଜଡିତ ରହିଛି। ଜାତି ଧର୍ମର ଭାବନାକୁ ଆଘାତ ଦେବା ଅଭିଯୋଗରେ ଆଇପିସି ୨୯୫ଏ ଆଇଏଫ୍‌ଏସ୍‌ଓ ୟୁନିଟ କାଳୀ ଫିଲ୍ମର ନିର୍ଦ୍ଦେଶକ ଲୀନା ମଣିମେକଲଇଙ୍କ ବିରୋଧରେ ମାମଲା ରୁଜୁ କରିଛି। ଅନ୍ୟପଟେ ଉତ୍ତରପ୍ରଦେଶରେ ମଧ୍ୟ ଏହାକୁ ନେଇ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri