କବାଡି ଖେଳ ପଡିଲା ମହଙ୍ଗା: ୧୬ ଜଣଙ୍କ ନାଁ ରେ ମାମଲା

ଦିଗପହଣ୍ଡି,୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଟାଉନ୍‌ ରୋଡ ଜନତାଲେନ୍‌ – ଆଠଗଡ଼ିଆ ସାହି ଛକରେ କୋଭିଡ଼ -୧୯ ନିୟମ ଉଲ୍ଲଂଘନ କରି କବାଡି ଖେଳୁଥିବା ୧୬ ଜଣଙ୍କ ନାଁ ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ। ଦିଗପହଣ୍ଡି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ଅଦୈତ କୁମାର ସ୍ବାଇଁଙ୍କ ଏତଲା କ୍ରମେ ଥାନା ମାମଲା ନଂ.୧୬୬/୨୦ ସେମାନଙ୍କ ନାଁ ରେ ମାମଲା ରୁଜୁ କରାଯାଇଥିବା ଆଇ ଆଇ ସି ବସନ୍ତ କୁମାର ସେଠୀ କହିଛନ୍ତି।
ଗତ ଗହ୍ମାପୂର୍ଣ୍ଣମା ଅବସରରେ ସୋମବାର ରାତି ପ୍ରାୟ ୧୦ ଟାରେ ବିଭିନ୍ନ ସାହିର ଯୁବକମାନେ ସଂଘବଦ୍ଧ ହୋଇ ଆଠଗଡ଼ିଆ ସାହି ଛକରେ କବାଡି ଖେଳି ଥିଲେ। କବାଡି ଖେଳର ଫଟୋ ଓ ଭିଡିଓ ଉତ୍ତୋଳନ କରି କେହି ବ୍ୟକ୍ତି ଜିଲାପାଳଙ୍କୁ ପଠାଇଥିଲେ। ଏ ନେଇ ତଦନ୍ତ କରିବାକୁ ସେ ସ୍ଥାନୀୟ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ସହ ତହସିଲଦାର। ଘଟଣାସ୍ଥଳକୁ ଯାଇ ଅନୁସନ୍ଧାନ କରିବାପରେ ସେଥିରେ ସତ୍ୟତା ଥିବା ଜଣାପଡିଥିଲା। ବ୍ରହ୍ମପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଥାନାରେ ଏତଲା ଦିଆଯାଇଥିବା ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?