ଜବତ ହେଲା କବାଡ଼ିଆ ସାମଗ୍ରୀ

ଧାମନଗର,୨୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଦିନକୁ ଦିନ ନୂଆ ନୂଆ କବାଡ଼ିଆ ଦୋକାନ ଖୋଲାଯାଇ ଚୋରା ସାମଗ୍ରୀ କିଣାବିକା ଚାଲିଛି। ଏନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ପାଉଥିଲେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି ବୋଲି ଅଭିଯୋଗ ହେଉଛି। ଏଭଳି ସ୍ଥତିରେ ଧାମନଗର ଏନ୍‌ଏସି ଅଧୀନ ୫ ନଂ. ୱାର୍ଡ ନାୟକସାହିରେ ଥିବା ଚାନ୍ଦ ଖାଁଙ୍କ ଘରେ ପୋଲିସ ଶୁକ୍ରବାର ଚଢ଼ାଉ କରି ଚୋରା କବାଡ଼ିଆ ସାମଗ୍ରୀ ଜବତ କରିଛି।

ଏଥିରେ ୧୬ ବସ୍ତା ବିଦ୍ୟୁତ୍‌ ତାର, କଟାଯାଇଥିବା ବିଦ୍ୟୁତ୍‌ ଖୁଣ୍ଟ, ଗ୍ୟାସ୍‌ କଟର, ୩ଟି ଗ୍ୟାସ୍‌ ସିଲିଣ୍ଡର, ଗୋଟିଏ ଟାଟାଏସିଇ, ଟେଲିଫୋନ ଖୁଣ୍ଟି, ବିଭିନ୍ନ ଲୁହା ସାମଗ୍ରୀ ଜବତ କରାଯାଇଛି। ଏଥିସହ ବ୍ୟବସାୟରେ ସମ୍ପୃକ୍ତ ଥିବା ଚାନ୍ଦ ଖାଁଙ୍କୁ ପୋଲିସ ଗିରଫ କରିଛି। ଗୁରୁବାର ରାତିରେ ଏହି ଅଞ୍ଚଳରେ ଏକ ଟାଟାଏସିଇରେ ଚୋରା କବାଡ଼ିଆ ସାମଗ୍ରୀ ଆସି ଅନଲୋଡ୍‌ ହେଉଥିବା ଖବରପାଇ ପୋଲିସ ପହଞ୍ଚିଥିଲା। ବିଳମ୍ବିତ ରାତି ଯୋଗୁ ଚଢ଼ାଉ କରା ନ ଯାଇ ପୋଲିସ ମୁତୟନ ରହିଥିଲା। ଶୁକ୍ରବାର ସକାଳେ ଚଢ଼ାଉ କରାଯାଇଥିଲା। ତେବେ ଏହି ସମୟରେ ଟାଟାଏସିଇ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏନେଇ ଧାମନଗର ଥାନାରେ ମାମଲା(ନଂ.୨୫୫/୨୨) ରୁଜୁ କରାଯାଇଛି। ଧାମନଗର ଏସ୍‌ଡିପିଓ ବିଜୟକୃଷ୍ଣ ମହାପାତ୍ରଙ୍କ ନେତୃତ୍ୱରେ ଥାନାଧିକାରୀ ଶ୍ରୀବଲ୍ଲଭ ସାହୁଙ୍କ ସହ କର୍ମଚାରୀମାନେ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri