କାବୁଲ ବିସ୍ଫୋରଣ: ଷଡ଼ଯନ୍ତ୍ରକାରୀ ନିହତ

ଓ୍ବାଶିଂଟନ, ୨୯।୮: ଆଫଗାନିସ୍ତାନର କାବୁଲ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ଇସ୍‌ଲାମିକ ଷ୍ଟେଟ୍‌ ଖୋରାସାନ (ଆଇଏସ୍‌-କେ) ବିସ୍ଫୋରଣ ଘଟାଇବାର ୪୮ ଘଣ୍ଟା ନ ପୂରୁଣୁ ଆମେରିକା ଜବାବୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଆମେରିକା ସୈନ୍ୟବାହିନୀ ଉକ୍ତ ଆତଙ୍କବାଦୀ ସଂଗଠନକୁ ଟାର୍ଗେଟ କରି ଶନିବାର ଏୟାରଷ୍ଟ୍ରାଇକ୍‌ କରିଛି। ଆଫଗାନିସ୍ତାନର ନଙ୍ଗରହାର ପ୍ରଦେଶରେ ଆମେରିକାର ଡ୍ରୋନ୍‌ ମାଡ଼ରେ ଆଇଏସ୍‌-କେ ସଂଗଠନର ଭବିଷ୍ୟତ ଆକ୍ରମଣ ଯୋଜନା ପ୍ରସ୍ତୁତକାରୀ (ପ୍ଲାନର) ଓ ତାଙ୍କର ଜଣେ ସହଯୋଗୀ ନିହତ ହୋଇଛନ୍ତି। ତେବେ ଗୁରୁବାର କାବୁଲ ବିମାନବନ୍ଦର ବିସ୍ଫୋରଣ ଘଟଣାର ଯୋଜନା ସେ ପ୍ରସ୍ତୁତ କରିଥିଲେ କି ନାହିଁ ସେ ନେଇ ଆମେରିକା ସେଣ୍ଟ୍ରାଲ କମାଣ୍ଡ ସ୍ପଷ୍ଟ କରିନାହିଁ। ଆଇଏସ୍‌-କେ ପ୍ଲାନରଙ୍କ ବିରୋଧରେ ଶନିବାର ଆମେରିକା ସୈନ୍ୟବାହିନୀ ପକ୍ଷରୁ ଆତଙ୍କବାଦ ନିରୋଧୀ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସେଣ୍ଟ୍ରାଲ କମାଣ୍ଡ ମୁଖପାତ୍ର ବିଲ୍‌ ଉର୍ବାନ ଏକ ବିବୃତିରେ କହିଛନ୍ତି। ଟାର୍ଗେଟକୁ ଭେଦ କରାଯାଇଛି ଓ କୌଣସି ସାଧାରଣ ନାଗରିକ ମୃତାହତ ହୋଇ ନ ଥିବା ସେ ସୂଚନା ଦେଇଛନ୍ତି।
ଆଇଏସ୍‌-କେର ହଜାର ହଜାର ଆତଙ୍କବାଦୀ ନଙ୍ଗରହାର ପ୍ରଦେଶରେ ଆତ୍ମଗୋପନ କରିଥିବା ବିଶ୍ୱାସ କରାଯାଉଛି। କାବୁଲ ବିମାନବନ୍ଦର ବାହାରେ ହୋଇଥିବା ବିସ୍ଫୋରଣ ପାଇଁ ଏହି ସଂଗଠନ ନିଜକୁ ଦାୟୀ କରିଥିଲା। ଉକ୍ତ ବିସ୍ଫୋରଣରେ ୧୩ ଆମେରିକୀୟ ସୈନ୍ୟଙ୍କ ସମେତ ପ୍ରାୟ ୨୦୦ ଲୋକଙ୍କ ମୃତ୍ୟୁ ଘଟିଛି। ଅନେକ ଲୋକ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗୁରୁବାରର ଆକ୍ରମଣ ଆଫଗାନିସ୍ତାନରେ ଆମେରିକା ନେତୃତ୍ୱାଧୀନ ସେନା ଉପରେ ଗତ ୨୦ ବର୍ଷ ମଧ୍ୟରେ ସବୁଠୁ ଭୟାନକ ଆକ୍ରମଣ ଥିଲା। ଆକ୍ରମଣକାରୀଙ୍କୁ ଖୋଜିକରି ମାରିବୁ ବୋଲି ଦିନକ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଧମକ ଦେଇଥିଲେ। ଏହା ପରେ ପେଣ୍ଟାଗନ୍‌ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଡ୍ରୋନ୍‌ ଆକ୍ରମଣରେ ଗୋଟିଏ ଘର ଧ୍ୱଂସ ହେବା ସହ କେତେକ ଗାଡ଼ି ଜଳିଯାଇଥିବା ଦେଖାଯାଇଛି। ବିଶ୍ୱାସ କରାଯାଉଥିବା ନିର୍ଦ୍ଦିଷ୍ଟ ବିପଦ ଶେଷ ହେବାକୁ ଯାଉଛି ଏବଂ ଆମେ ସେଭଳି ବିପଦର ମୁକାବିଲା ପାଇଁ ପ୍ରସ୍ତୁତ ଏହା ଜଣାଇଦେବାକୁ ଚାହୁଁ ବୋଲି ଶୁକ୍ରବାର ପେଣ୍ଟାଗନ ପ୍ରେସ୍‌ ସଚିବ ଜନ୍‌ କିର୍‌ବି ଏକ ଖବରଦାତା ସମ୍ମିଳନୀରେ କହିଥିଲେ। କାବୁଲରେ ଆଉ ଏକ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ଦିନକ ପୂର୍ବରୁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri