କଛାରପଡ଼ାରେ ପାନୀୟଜଳ ସମସ୍ୟା ନାଳ ଚୂଆ ଉପରେ ଭରସା

ନୂଆପଡ଼ା,୨୧ା୭ (ମକାରୁ ବେମାଲ): କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଏହି ଯୋଜନା ସମ୍ପୂର୍ଣ୍ଣ ଫେଲ ମାରିଛି। ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ଲୋକେ ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚତ୍ତ ହୋଇ ନଈ, ନାଳ, ଝରଣା, ଖୋଲା କୂଅ ଉପରେ ନର୍ଭର କରୁଛନ୍ତି। ଏହାର ଏକ ଉଦାହରଣ ନୂଆପଡ଼ା ଜିଲା ସିନାପାଲି ବ୍ଲକ ଦୁର୍ଗମ ଘାଟମାଳ ପଞ୍ଚାୟତ ତାଲାକୋଟ ଗାଁର କଛାରପଡ଼ାରେ ଦେଖିବାକୁ ମିଳିଛି। ପଡ଼ାବାସୀ ନାଳପାର୍ଶ୍ୱ ବାଲିରେ ଚୂଆ ଖୋଳି ପାନୀୟ ଜଳ ସଂଗ୍ରହ କରୁଛନ୍ତି। କଛାରପଡାରେ ଆଦିବାସୀ ସମ୍ପ୍ରଦାୟର ୩୦ରୁ ଊର୍ଦ୍ଧ୍ୱ ପରିବାରର ୧୫୦ରୁ ଅଧିକ ସଦସ୍ୟ ବସବାସ କରୁଛନ୍ତି। ତାଲାକୋଟ ଗାଁରେ ଓଭରହେଡ୍‌ ଟାଙ୍କି ନିର୍ମାଣ କରାଯାଇ ଅନ୍ୟ ଗାଁ ବା ପଡ଼ାକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ହେଲେ ତାଲାକୋଟଠାରୁ କଛାରପଡା ମାତ୍ର ୨ କିଲୋମିଟର ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ପଡ଼ାବାସୀ ବାଧ୍ୟ ହୋଇ ନିକଟସ୍ଥ ବୁଢଗେଲ ନାଳରୁ ବାଲି ଚୂଆଁ ଖୋଲି ପାଣି ସଂଗ୍ରହ କରୁଛନ୍ତି।ସେହି ଗୋଳିଆ ପାଣି ବ୍ୟବହାର କରି ଲୋକେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଏହି ସମସ୍ୟା ନେଇ ପଡ଼ାବାସୀ ନିର୍ବାଚିତ ପ୍ରତିନିଧିଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳି ନାହିଁ। ବିଭାଗୀୟ ଅଧିକାରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ପଡ଼ାର କରୁଣା ମାଝି, ପୁରଦୀ ମାଝି, ରାମଲୁ ମାଝି, ସୋମନାଥ ଦେବଗୁନିଆ, ମଞ୍ଜୁଳା ମାଝି, ସୁରେଖା ମାଝି, ଭୂଜେଶ୍ୱରୀ ମାଝି ପ୍ରମୁଖ ଦାବି କରିଛନ୍ତି।ଏ ସଂକ୍ରାନ୍ତରେ ସିନାପାଲି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ କେଶବ ସାହୁଙ୍କୁ ପଚାରିବାରୁ ଏହି ପଡାକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରାଯିବ ସେ ନେଇ ଆମେ ବ୍ୟବସ୍ଥା କରୁଛୁ। ଅଳ୍ପ କିଛିଦିନ ଭିତରେ ପାଣି ସମସ୍ୟା ଦୂର ହୋଇଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri