Posted inରାଜ୍ୟ

ଡ. ବିଭୂତି ପଟ୍ଟନାୟକଙ୍କୁ ‘କାଦମ୍ବିନୀ ସାହିତ୍ୟ ସମ୍ମାନ’

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ଶନିବାର ଲେଖକ, କବି, ସାହିତି୍ୟକ, କଳାକାରଙ୍କୁ ନେଇ ଏକ ବନ୍ଧୁମିଳନ ତଥା ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ସାହିତି୍ୟକ ଓ ଔପନ୍ୟାସିକ ଡ. ବିଭୂତି ପଟ୍ଟନାୟକଙ୍କୁ ‘କାଦମ୍ବିନୀ ସାହିତ୍ୟ ସମ୍ମାନ’ରେ ସମ୍ମାନିତ କରାଯାଇଛି। ପୁରସ୍କାର ବାବଦରେ ୧ ଲକ୍ଷ ଟଙ୍କା, ଉତ୍ତରୀୟ ଓ ଉପଢ଼ୌକନ ପ୍ରଦାନ କରାଯାଇଛି। ସେହିପରି ବିଶିଷ୍ଟ କଥାକାର ଭୀମ ପୃଷ୍ଟିଙ୍କୁ ପ୍ରଥମ ‘ବିଭୂତି ପଟ୍ଟନାୟକ ଉପନ୍ୟାସ ସମ୍ମାନ’ ପ୍ରଦାନ କରାଯାଇଛି। ପୁରସ୍କାର ବାବଦକୁ ୨୫ହଜାର ଟଙ୍କା ସହ ଉପଢ଼ୌକନ ଦିଆଯାଇଛି। ରୋଜାଲିନ ମହାନ୍ତି, ସଞ୍ଜୟ ପଣ୍ଡା ଓ ମାଧବାନନ୍ଦ ପାତ୍ରଙ୍କୁ ‘କାଦମ୍ବିନୀ ନବଉନ୍ମେଷ ଗଳ୍ପ ସମ୍ମାନ’, ଶିବ ସୁନ୍ଦର ରାଉତ, ଆଶିଷ ମିଶ୍ର, ସୁଭଦ୍ରା ପ୍ରିୟଦର୍ଶିନୀ ନାୟକଙ୍କୁ ‘କାଦମ୍ବିନୀ ନବଉନ୍ମେଷ କବିତା ସମ୍ମାନ’, ବିଶିଷ୍ଟ ଚିକିତ୍ସକ ଡା. ହରିଶ ଚୌଧୁରୀଙ୍କୁ ‘କାଦମ୍ବିନୀ ସେବା ସମ୍ବର୍ଦ୍ଧନା’ ପ୍ରଦାନ କରାଯିବା ସହ ପ୍ରାଚୀ ମହାପାତ୍ରଙ୍କୁ ‘କାଦମ୍ବିନୀ ପ୍ରଚ୍ଛଦଶିଳ୍ପୀ ସମ୍ମାନ’, ସଦାନନ୍ଦ ତ୍ରିପାଠୀଙ୍କୁ ‘କାଦମ୍ବିନୀ ନବଉନ୍ମେଷ ଗଳ୍ପ ବିଚାରକ’ ଓ ଡ. ଜୟନ୍ତୀ ରଥଙ୍କୁ ‘କାଦମ୍ବିନୀ ନବଉନ୍ମେଷ କବିତା ବିଚାରକ’ ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। କାଦମ୍ବିନୀ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇଥିବାବେଳେ ବିଶିଷ୍ଟ କଥାକାର ଶାନ୍ତନୁ କୁମାର ଆଚାର୍ଯ୍ୟ ସଭାପତିତ୍ୱ କରିଥିଲେ। ସାହିତି୍ୟକା ନିରୁପମା ଆଚାର୍ଯ୍ୟ, ଡ. ସଂଘମିତ୍ରା ମିଶ୍ର, ସାହିତି୍ୟକ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ କାଦମ୍ବିନୀ ଓ କୁନିକଥାର ସେପ୍ଟେମ୍ବର ସଂଖ୍ୟା ଉନ୍ମୋଚିତ ହୋଇଥିଲା। ଡ. ଇତି ସାମନ୍ତଙ୍କ ସମ୍ପାଦିତ କ୍ଷୁଦ୍ରଗଳ୍ପ ସଂକଳନ ‘କାଳଜୟୀ କଥା’ ଓ ‘କାଦମ୍ବିନୀ ପରିକ୍ରମା’କୁ ଉନ୍ମୋଚନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri