ଗ୍ରାମବାସୀଙ୍କ ପାଇଁ କାଡିପାନି ନାଳ ବାଧକ

ନୂଆପଡ଼ା,୧ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୋସେଙ୍ଗ ପଞ୍ଚାୟତ ଭାଓସିଲ ଗ୍ରାମବାସୀଙ୍କ ପାଇଁ କାଡିପାନି ନାଳ ବାଧକ ସାଜିଛି। ସୂଚନା ଅନୁଯାୟୀ ସୁନାବେଡା ଅଭୟାରଣ୍ୟ ଭିତରେ ଥିବା ଭାଓସିଲ ଗାଁ ନୂଆପଡା ବ୍ଲକ ଓ ଛତିଶଗଡ ସୀମାନ୍ତରେ ଅବସ୍ଥିତ। ଗାଁରେ ୨୬ ପରିବାରର ୨ ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ଗାଁକୁ ଯିବାକୁ ହେଲେ ରାସ୍ତାରେ କାଡିପାନି ନାଳ ପଡେ। ପାହାଡିଆ ଅଞ୍ଚଳ ହୋଇଥିବାରୁ ଅଳ୍ପ ବର୍ଷା ହେଲେ ନାଳରେ ପାଣି ଭର୍ତ୍ତିହୋଇ ଯାଉଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହି ରାସ୍ତା ମୁଖ୍ୟ ବଜାର ଧରମବନ୍ଧା ଓ ନୂଆପଡା ସଦର ମହକୁମାକୁ ସଂଯୋଗ କରୁଛି। ପ୍ରତିଦିନ ଶତାଧିକ ଲୋକ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପାଇଁ ଧରମବନ୍ଧା ଏବଂ ସରକାରୀ ଓ ବେସରକାରୀ କାର୍ଯ୍ୟ ପାଇଁ ଜିଲା ମୁଖ୍ୟାଳୟ ଯାଉଛନ୍ତି। ଜରୁରୀ ସ୍ବାସ୍ଥ୍ୟସେବା ପାଇଁ ଏହି ରାସ୍ତାରେ ଜିଲା ମୁଖ୍ୟ ଚିକିତ୍ସାଳୟ ଯିବାକୁ ପଡେ। ହେଲେ ନାଳରେ ପାଣି ଭର୍ତ୍ତି ହେଲେ ଏସବୁ କାର୍ଯ୍ୟ ପାଇଁ ଲୋକେ ହଇରାଣ ହୁଅନ୍ତି। ଅନେକ ଛାତ୍ରୀଛାତ୍ରଙ୍କ ପାଠପଢା ମଧ୍ୟ ବ୍ୟାହତ ହେଉଛି। ଭାଓସିଲ ଗାଁ ସୁନାବେଡା ଅଭୟାରଣ୍ୟ ଭିତରେ ରହିଥିବାରୁ ଏହି ସମସ୍ୟା କୌଣସି ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଗୋଚର ହେଉନାହିଁ। ଗାଁ ଠାରୁ କୋମନା ବ୍ଲକ ସଦର ମହକୁମା ଶହେ କିଲୋମିଟର ଦୂର ହେଉଥିବାରୁ କୌଣସି ସମସ୍ୟା ହେଲେ ଗ୍ରାମବାସୀ ଜିଲା ସଦର ମହକୁମାକୁ ଯାଇ ଅଭିଯୋଗ କରିଥାନ୍ତି। ଗାଁ ରାସ୍ତା ଓ ନାଳରେ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ସମସ୍ୟା ସାମାଧାନ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ନୂଆପଡା ସଦର ବିଡିଓ ରୋହିତ ଭୋଇଙ୍କୁ ପଚାରିବାରୁ ସେହି ଅଞ୍ଚଳ ସୁନାବେଡା ଅଭୟାରଣ୍ୟ ଭିତରେ ଯାଉଥିବାରୁ ବ୍ଲକ ପ୍ରଶାସନର କୌଣସି କାର୍ଯ୍ୟ ନାହିଁ। ବନ୍ୟପ୍ରାଣୀ ଓ ବନ ବିଭାଗ ଚାହିଁଲେ ସବୁ କରିପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri