Posted inଖେଳ

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ ରବାଡା, ନର୍ଟଜେ

ଜୋହାନ୍ସବର୍ଗ,୭।୧୨: ଡିସେମ୍ବର ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ଘରୋଇ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ୨୧ ଜଣିଆ ଦଳ ଘୋଷଣା କରିଛି ଦକ୍ଷିଣ ଆଫ୍ରିକା। ଦଳରେ ସ୍ଥାନ ପାଇଛନ୍ତି ଦୁଇ ଘାତକ ପେସର କାଗିସୋ ରବାଡା ଓ ଅନରିଚ ନର୍ଟଜେ। ଗତ ନେଦରଲାଣ୍ଡ୍ସ ବିପକ୍ଷ ଦିନିକିଆ ସିରିଜରେ ଏହି ଦୁଇ ବୋଲରଙ୍କୁ ବିଶ୍ରାମ ଦିଆଯାଇଥିଲା। ନୂଆ ମୁହଁ ଭାବେ ଦ୍ରୁତ ବୋଲର ସିସାନ୍ଦା ମାଗାଲା ଓ ଉଇକେଟ କିପର ବ୍ୟାଟର ରିଆନ ରିକ୍‌ଲେଟନ ଦଳରେ ସ୍ଥାନ ପାଇଛନ୍ତି। ୨୦୧୯ରେ ଶେଷଥର ପାଇଁ ଟେଷ୍ଟ ଖେଳିଥିବା ଦ୍ରୁତ ବୋଲର ଡୁଆନ ଓଲିଭର ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଡିନ୍‌ ଏଲଗାର ଦକ୍ଷିଣ ଆଫ୍ରିକା ଦଳର ନେତୃତ୍ୱ ନେବେ।

କୋଭିଡ୍‌-୧୯ ନୂଆ ଭାରିଆଣ୍ଟ ଚିହ୍ନଟ ହେବାରୁ ପ୍ରଥମ ଟେଷ୍ଟକୁ ଗୋଟିଏ ସପ୍ତାହ ଘୁଞ୍ଚାଇ ଦିଆଯାଇଛି ଓ ଏହା ବକ୍ସିଂ ଡେ ଅର୍ଥାତ ଡିସେମ୍ବର ୨୬ ତାରିଖରୁ ଆରମ୍ଭ ହେବ। କୋଭିଡ୍‌ର ନୂଆ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହି ସିରିଜ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ କ୍ରିକେଟ ସାଉଥ ଆଫ୍ରିକା (ସିଏସ୍‌ଏ) ମିଳିତ ଭାବେ କାର୍ଯ୍ୟ କରି ସିରିଜକୁ ଆଗକୁ ବଢାଇବାକୁ ନିଷ୍ପତ୍ତି ନେଇଥିଲେ। ଏ

ଏହି ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ। ତେଣୁ ଏହି ଚାମ୍ପିୟନଶିପ୍‌ରେ ଦକ୍ଷିଣ ଆଫ୍ରିକା ମାଟିରେ ଭାରତ ତା’ର ପ୍ରଥମ ସିରିଜ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି। ପ୍ରଥମ ଟେଷ୍ଟ ସେଞ୍ଚୁରିୟନରେ ଖେଳାଯିବ। ସେହିପରି ଜାନୁୟାରୀ ୩ରେ ଜୋହାନ୍ସବର୍ଗରେ ଦ୍ୱିତୀୟ ଓ ୧୧ ତାରିଖରେ କେପ୍‌ ଟାଉନ୍‌ରେ ତୃତୀୟ ଟେଷ୍ଟ ଆରମ୍ଭ ହେବ। ଏହାପରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ମୂଳ କାର୍ଯ୍ୟସୂଚୀର ଅଂଶବିଶେଷ ଥିବା ୪ଟି ଟି୨୦ ପରେ ଆୟୋଜନ ହେବ ବୋଲି କୁହାଯାଇଛି। ପୁନଃନିର୍ଦ୍ଧାରିତ ଏହି ସିରିଜର କାର୍ଯ୍ୟସୂଚୀ ସୋମବାର ଘୋଷଣା କରାଯିବ।

ଦକ୍ଷିଣ ଆଫ୍ରିକା ଦଳ: ଡିନ୍‌ ଏଲଗାର (ଅଧିନାୟକ), ଟେମ୍ବା ବଭୁମା (ଉପ-ଅଧିନାୟକ), କ୍ୱିଣ୍ଟନ ଡିକକ୍‌ (ଉଇକେଟକିପର), କାଗିସୋ ରାବାଡା, ସାରେଲ ଏରଓ୍ବି, ବେଉରାନ ହେଣ୍ଡ୍ରିକ୍ସ, ଜର୍ଜ ଲିଣ୍ଡେ, କେଶବ ମହାରାଜ, ଲୁନ୍‌ଗି ଏନ୍‌ଗିଡି, ଏଡେନ ମାରାକ୍ରାମ, ଓ୍ବିଆନ ମୁଲ୍ଡର, ଅନରିଚ ନର୍ଟଜେ, କିଗାନ ପିଟରସନ, ରାସି ଭାନ ଡେର ଡୁସେନ, କାଏଲ ଭେରେଇନ୍‌, ମାର୍କୋ ଜାନସେନ, ଗ୍ଲେଣ୍ଟୋନ ଷ୍ଟୁରମ୍ୟାନ, ପ୍ରିନିଲାନ ସୁବ୍ରାୟେନ, ସିସାଣ୍ଡା ମାଗାଲା, ରିଆନ ରିକ୍ଲେଟନ ଓ ଡୁଆନ ଓଲିଭର।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri