ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି, ଯାହା ଆଇପିଏଲ୍‌ ଇତିହାସରେ ପୂର୍ବରୁ କୌଣସି ବୋଲର ହାସଲ କରି ନ ଥିଲେ। ରାବାଡା ମ୍ୟାଚ୍‌ରେ ୪ ଓଭର ବୋଲିଂ କରି ୨୧ ରନ୍‌ ବ୍ୟୟରେ ୨ଟି ଉଇକେଟ୍‌ ନେଇଥିଲେ। ଏଥିସହ ଆଇପିଏଲ୍‌ ଇତିହାସରେ ପ୍ରଥମ ବୋଲର ଭାବେ ସେ ଲଗାତର ୧୦ ମ୍ୟାଚ୍‌ରେ ୨ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ଉଇକେଟ୍‌ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ୭ ଏପ୍ରିଲରୁ ୨୯ ସେପ୍ଟେମ୍ବର ମଧ୍ୟରେ ଦିଲ୍ଲୀ ପକ୍ଷରୁ ଖେଳି ରାବାଡା ଏହି କୀର୍ତ୍ତିମାନ ଲାଭ କରିଛନ୍ତି। ରାବାଡା ଆଇପିଏଲ୍‌ରେ ନିଜର ଶେଷ ୧୦ ମ୍ୟାଚ୍‌ରେ ପ୍ରଦର୍ଶନ ଯଥାକ୍ରମେ ୨/୨୧, ୨/୪୨, ୨/୨୨, ୨/୩୮, ୨/୨୩, ୨/୩୭, ୨/୩୧, ୨/୨୮, ୨/୨୬ ଓ ୨/୨୧ ରହିଛି। ଚଳିତ ସିଜନରେ ପର୍ପଲ କ୍ୟାପ୍‌ ବର୍ତ୍ତମାନ ରାବାଡାଙ୍କ ନିକଟରେ ରହିଛି। ଗତ ସିଜନରେ ସେ ୧୨ ମ୍ୟାଚ୍‌ରୁ ୨୫ ଉଇକେଟ୍‌ ନେଇଥିଲେ। ଏହି ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ରେ ୨୧ ମ୍ୟାଚ୍‌ ଖେଳି ମୋଟ୍‌ ୩୮ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri