ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି, ଯାହା ଆଇପିଏଲ୍‌ ଇତିହାସରେ ପୂର୍ବରୁ କୌଣସି ବୋଲର ହାସଲ କରି ନ ଥିଲେ। ରାବାଡା ମ୍ୟାଚ୍‌ରେ ୪ ଓଭର ବୋଲିଂ କରି ୨୧ ରନ୍‌ ବ୍ୟୟରେ ୨ଟି ଉଇକେଟ୍‌ ନେଇଥିଲେ। ଏଥିସହ ଆଇପିଏଲ୍‌ ଇତିହାସରେ ପ୍ରଥମ ବୋଲର ଭାବେ ସେ ଲଗାତର ୧୦ ମ୍ୟାଚ୍‌ରେ ୨ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ଉଇକେଟ୍‌ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ୭ ଏପ୍ରିଲରୁ ୨୯ ସେପ୍ଟେମ୍ବର ମଧ୍ୟରେ ଦିଲ୍ଲୀ ପକ୍ଷରୁ ଖେଳି ରାବାଡା ଏହି କୀର୍ତ୍ତିମାନ ଲାଭ କରିଛନ୍ତି। ରାବାଡା ଆଇପିଏଲ୍‌ରେ ନିଜର ଶେଷ ୧୦ ମ୍ୟାଚ୍‌ରେ ପ୍ରଦର୍ଶନ ଯଥାକ୍ରମେ ୨/୨୧, ୨/୪୨, ୨/୨୨, ୨/୩୮, ୨/୨୩, ୨/୩୭, ୨/୩୧, ୨/୨୮, ୨/୨୬ ଓ ୨/୨୧ ରହିଛି। ଚଳିତ ସିଜନରେ ପର୍ପଲ କ୍ୟାପ୍‌ ବର୍ତ୍ତମାନ ରାବାଡାଙ୍କ ନିକଟରେ ରହିଛି। ଗତ ସିଜନରେ ସେ ୧୨ ମ୍ୟାଚ୍‌ରୁ ୨୫ ଉଇକେଟ୍‌ ନେଇଥିଲେ। ଏହି ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ରେ ୨୧ ମ୍ୟାଚ୍‌ ଖେଳି ମୋଟ୍‌ ୩୮ ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବର୍ଷାରେ ଡ୍ରେନ୍‌ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…

କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍‌ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri