Posted inଜାତୀୟ

କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର…

ନୂଆଦିଲ୍ଲୀ,୧।୩ : ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାରରେ ବର୍ତ୍ତମାନ ପର୍ଯ୍ୟନ୍ତ ତୃତୀୟ ବଡ଼ ମନ୍ତ୍ରୀ ଥିବା କୈଳାଶ ଗେହଲୋଟ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ମନ୍ତ୍ରୀ ହୋଇଛନ୍ତି। ସେ କ୍ୟାବିନେଟ ପଦରୁ ଇସ୍ତଫା ଦେଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ କାର୍ଯ୍ୟ ଭାର ଗ୍ରହଣ କରିବାକୁ ଯାଉଛନ୍ତି। ଫଳରେ କୈଳାଶ ଏଏପିର ନୂଆ କ୍ଷମତା କେନ୍ଦ୍ର ପାଲଟିଥିବା ରାଜନୈତିକ ସ୍ତରରେ ଚର୍ଚ୍ଚା ହେଉଛି।

ଦିଲ୍ଲୀର ବାୟୁ ପ୍ରଦୂଷଣର ପ୍ରମୁଖ ସମସ୍ୟାକୁ ହ୍ରାସ କରିବା, ମହିଳା ବସ ଡ୍ରାଇଭରମାନଙ୍କୁ ତାଲିମ ଦେବାସ ମାଧ୍ୟମରେ ଯାତାୟାତ କରୁଥିବା ମହିଳାଙ୍କ ପାଇଁ ପାସ ପାଇଁ ବ୍ୟବସ୍ଥା ଏବଂ ପରିବହନ କ୍ଷେତ୍ରରେ ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ସଂସ୍କାର ୪୯ ବର୍ଷ ବୟସ୍କ କୈଳାଶଙ୍କ ଦ୍ୱାରା କରାଯାଇଛି।

ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନ କ୍ୟାବିନେଟରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ ଏଏପି ମଙ୍ଗଳବାର ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀଙ୍କ ପୋର୍ଟଫୋଲିଓ ଗେହଲୋଟ ଏବଂ ରାଜ କୁମାର ଆନନ୍ଦଙ୍କ ମଧ୍ୟରେ ଭାଗ ହେବ ବୋଲି ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri