Posted inଜାତୀୟ

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ କ୍ଷମତା ହାତେଇବାକୁ ଦଳ ସବୁ ପ୍ରକାଳ କୌଶଳ ପ୍ରାୟୋଗ କରିବାରେ ଲାଗିପଡିଛି । ନିର୍ବାଚନ ବୈତରଣୀ ପାର ହେବା ପାଇଁ ଭାଜପା ରାଷ୍ଟ୍ରୀୟ ମହାସଚିବ ବୈଳାଶ ବିଜୟଭର୍ଗିୟଙ୍କୁ ରାଜ୍ୟ ପ୍ରଭାରୀ ପଦ ଦେଇଛି । ଏବେ ବିଜୟଭର୍ଗିୟ ନିର୍ବାଚନରେ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି । ରାଜ୍ୟରେ ଆଶନ ଶୃଙ୍ଖଳା କଥା ଉଠାଇ ସେ କହିଛନ୍ତି, ମମତା ରାଜ୍ୟରେ ଏମିତି ଭୟଭୀତ କଲାଭଳି ବାତାବରଣରେ ଲୋକଙ୍କୁ ରଖିଛନ୍ତି ଯାହା ଫଳରେ ଏଠାରେ ମମତାଙ୍କ ନିର୍ଦ୍ଦେଶ ହିଁ ଏଠାକାର ଆଇନ ପାଲଟିଯାଇଛି । ସୂଚନାଯୋଗ୍ୟ, ଆଗାମୀ ବର୍ଷ ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ଏବେଠାରୁ ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ବିଶେଷ କରି ତ୍ରୁଣମୂଳ କଂଗ୍ରେସକୁ ହରାଇ ଏଥର ଭାଜପା ଶାସନ କ୍ଷମତା ହାତକୁ ନେବାକୁ ପ୍ରୟାସ କରି ଚାଲିଛି । କିଛିଦିନ ତଳେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପଶ୍ଚିମବଙ୍ଗ ଗସ୍ତରେ ଯାଇଥିବା ବେଳେ ତାଙ୍କ ଉପରକୁ ହୋଇଥିବା ପଥରମାଡକୁ ନେଇ ସେ ଏହା ପଛରେ ତ୍ରୁଣମୂଳ କଂଗ୍ରେସର ହାତ ଅଛି ବୋଲି କହିଥିଲେ । ପରେ ଏହାକୁ ନେଇ ପୁଣି ରାଜନୈତିକ ବାତାବରଣ ହୋଇଥିଲା ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?